କାଠମାଣ୍ଡୁ : ନେପାଳରେ ଶନିବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ୪ଟାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଜୁମ୍ଲା ଜିଲାରେ ଭୂମି ଠାରୁ ୧୦ କିଲୋମିଟର ଗଭୀର ଥିଲା। ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି। ମାତ୍ର ବର୍ଷ ୨୦୨୩ରେ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ୭୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଥିଲା।
ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ
ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…








