ନୋଏଡ଼ା ହିଂସାରେ ପାକିସ୍ତାନ ଲିଙ୍କ୍! ତଦନ୍ତ ଆରମ୍ଭ

ନୋଏଡ଼ା : ନୋଏଡ଼ା ହିଂସାରେ ପାକିସ୍ତାନ ଲିଙ୍କ୍! ଗତକାଲିର ନୋଏଡ଼ା ହିଂସାକୁ ନେଇ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ହିଂସାକାଣ୍ଡ ପଛରେ ପାକିସ୍ତାନ ଲିଙ୍କ୍ ଥିବା ସନ୍ଦେହ କରୁଛି ପୋଲିସ୍। ଏନେଇ ତଦନ୍ତ ବି ଆରମ୍ଭ କରାଯାଇଛି। ଗତ କିଛି ଦିନ ଧରି ଦିଲ୍ଲୀ, ନୋଏଡ଼ା ସମେତ ଆଖପାଖ ଅଞ୍ଚଳରୁ ଆତଙ୍କବାଦୀ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ଏପରିକି ପାକିସ୍ତାନ ସହ ସମ୍ପର୍କ ଥିବା କିଛି ବ୍ୟକ୍ତିଙ୍କୁ ଧରିଛି।

ଏସବୁ ଗିରଫ ହେବା ପରେ ଶ୍ରମିକଙ୍କ ଆଢ଼ୁଆଳରେ ଗିରଫଦାରୀ ହେଇଥିବା ଚର୍ଚ୍ଚା ହେଉଛି। ଏନେଇ ପୋଲିସ୍ ତଦନ୍ତ ଆରମ୍ଭ କରିଛି। ସେପଟେ ଶ୍ରମିକଙ୍କ ଦରମା ବଢ଼ାଯାଇଛି। ତଥାପି ପୋଲିସ୍ ଉପରେ ଆଜି ପଥର ମାଡ଼ କରିଛନ୍ତି କିଛି ଲୋକେ। ଘଟଣାସ୍ଥଳରେ ଉତ୍ତେଜନାମୂଳକ ସ୍ଥିତି ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।

ସୂଚନାଯୋଗ୍ୟ, ନୋଏଡାର ଫେଜ୍-୨, ସେକ୍ଟର ୬୦, ସେକ୍ଟର ୬୨ ଏବଂ ସେକ୍ଟର ୮୪ ସମେତ ବିଭିନ୍ନ ସ୍ଥାନରେ ଦରମା ବୃଦ୍ଧି ଦାବିରେ କାରଖାନା କର୍ମଚାରୀଙ୍କ ବିରୋଧ ପ୍ରଦର୍ଶନ ହିଂସାରେ ପରିଣତ ହୋଇଥିଲା। ଏହି ଆନ୍ଦୋଲନରେ ପ୍ରାୟ ୪୫ ହଜାର ଶ୍ରମିକ ଏକାଠି ହୋଇଥିଲେ। ଏହି ସମୟରେ, ପୋଡ଼ାଜଳା ଏବଂ ଭଙ୍ଗାରୁଜା ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ପ୍ରାୟ ୩୫୦ ଜଣଙ୍କୁ ଗିରଫ କରିଛି। ୧୦୦ ରୁ ଅଧିକ ଲୋକଙ୍କୁ ପଚରାଉଚରା ପାଇଁ ଅଟକ ରଖାଯାଇଛି। ହିଂସାକାଣ୍ଡରେ ସମ୍ପୃକ୍ତ ଲୋକଙ୍କୁ ଚିହ୍ନଟ କରିବା ପାଇଁ କର୍ତ୍ତୃପକ୍ଷ ବିଭିନ୍ନ କାରଖାନାର ସିସିଟିଭି ଫୁଟେଜ ସ୍କାନ କରୁଛନ୍ତି।

  • Related Posts

    ଜନ୍ତରମନ୍ତର ଆନ୍ଦୋଳନ: ୫ ଜଣିଆ ହାଇପାୱାର ଏକ୍ସପର୍ଟ କମିଟି ଗଠନ

    ଦିଲ୍ଲୀର ଜନ୍ତରମନ୍ତରଠାରେ ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରତିବାଦରେ ସମ୍ମିଳିତ ଆନ୍ଦୋଳନକାରୀଙ୍କ ଉପରେ ଦିଲ୍ଲୀ ପୁଲିସ, କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ତଥା ଅନ୍ୟ ସୁରକ୍ଷାକର୍ମୀମାନଙ୍କ ଅତ୍ୟଧିକ ବଳପ୍ରୟୋଗ ଅଭିଯୋଗକୁ ମାନ୍ୟବର ସୁପ୍ରିମକୋର୍ଟ ଗମ୍ଭୀରତାର ସହ ନେଇଛନ୍ତି । ଏହି ଅଭିଯୋଗର ତଦନ୍ତ ପାଇଁ…

    Continue reading
    ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

    ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ ଘଟିଛି। ୧୯୮୪ ଶିଖ୍‌-ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ସଜ୍ଜନ କୁମାର ଅସୁସ୍ଥତା ଯୋଗୁଁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲକୁ ଆସିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ