ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୬ ।୧୦ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ-୨୦୨୭ ପାଇଁ ସ୍ୱଚ୍ଛ, ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆୟୋଗଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଅଛି ।
ରାଜ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ମାନ୍ୟତାପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗଦେଇ ଆଗାମୀ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ସମ୍ପର୍କରେ ନିଜ ନିଜ ମତାମତ ଓ ପରାମର୍ଶ ରଖିଥିଲେ ।
ବୈଠକରେ ଆଗାମୀ ଅକ୍ଟୋବର ୨୬ରୁ ଆରମ୍ଭ ହେବାକୁ ଥିବା ଘରକୁ ଘର ସର୍ଭେ ସମ୍ପର୍କରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଅବଗତ କରାଯାଇଥିଲା । ଏହି ସର୍ଭେ ମାଧ୍ୟମରେ ଭୋଟର ତାଲିକାକୁ ଅଧିକ ସଠିକ, ଅଦ୍ୟତନ ଓ ତ୍ରୁଟିଶୂନ୍ୟ କରିବା ସହ ଯୋଗ୍ୟ ଭୋଟରମାନଙ୍କ ନାମ ତାଲିକାରେ ସଠିକ ଭାବେ ସ୍ଥାନ ପାଇବା ଏବଂ ଅଯୋଗ୍ୟ, ସ୍ଥାନାନ୍ତରିତ କିମ୍ବା ମୃତ ଭୋଟରଙ୍କ ସମ୍ପର୍କିତ ତଥ୍ୟ ଯାଞ୍ଚ କରାଯିବ ।
ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ରାଜନୈତିକ ଦଳକୁ ଏହି ଘରକୁ ଘର ସର୍ଭେ ପ୍ରକ୍ରିୟାରେ ସକ୍ରିୟ ଭାବେ ସହଯୋଗ କରିବାକୁ ଅନୁରୋଧ କରାଯାଇଛି । ବିଶେଷକରି, ପ୍ରତ୍ୟେକ ରାଜନୈତିକ ଦଳ ନିଜର ବୁଥ୍‌ସ୍ତରୀୟ ଏଜେଣ୍ଟମାନଙ୍କୁ ରାଜ୍ୟର ସମସ୍ତ ମତଦାନ କେନ୍ଦ୍ର ଗୁଡିକରେ ନିୟୋଜିତ କରିବା ସହ ସର୍ଭେ ସମୟରେ ସେମାନଙ୍କର ସକ୍ରିୟ ଅଂଶଗ୍ରହଣ ସୁନିଶ୍ଚିତ କରିବାକୁ ଆୟୋଗ ପକ୍ଷରୁ ଅନୁରୋଧ କରାଯାଇଛି ।
ସମସ୍ତ ରାଜନୈତିକ ଦଳମାନଙ୍କୁ ଅକ୍ଟୋବର ୧୫ ସୁଦ୍ଧା ବିଏଲଏଙ୍କ ତଥ୍ୟ ସହାୟକ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ତଥା ଗ୍ରାମାଞ୍ଚଳ ପାଇଁ ବିଡିଓଙ୍କ ପାଖରେ ସହରାଞ୍ଚଳ ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ମହାନଗର ନିଗମ ପାଇଁ ଡେପୁଟି କମିଶନର /ଆସିଷ୍ଟାଣ୍ଟ କମିଶନରଙ୍କ ପାଖରେ ଦାଖଲ କରିବା ପାଇଁ ଅନୁରୋଧ କରାଯାଇଛି ।
ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ପାଢ଼ୀ କହିଥିଲେଯେ, ସଠିକ୍‌ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ଏକ ସୁସ୍ଥ ଓ ସ୍ୱଚ୍ଛ ନିର୍ବାଚନ ବ୍ୟବସ୍ଥାର ମୂଳ ଆଧାର । ତେଣୁ ଭୋଟର ତାଲିକା ପ୍ରସ୍ତୁତିର ପ୍ରତ୍ୟେକ ପର୍ଯ୍ୟାୟରେ ସ୍ୱଚ୍ଛତା, ନିରପେକ୍ଷତା ଓ ସମସ୍ତଙ୍କ ଅଂଶଗ୍ରହଣକୁ ଗୁରୁତ୍ୱ ଦିଆଯିବ । ରାଜନୈତିକ ଦଳଗୁଡିକର ସକ୍ରିୟ ସହଯୋଗ ଦ୍ୱାରା ଭୋଟର ତାଲିକାକୁ ଅଧିକ ବିଶ୍ୱସନୀୟ ଓ ତ୍ରୁଟିମୁକ୍ତ କରାଯାଇପାରିବ ବୋଲି ସେ ଆଶା ପ୍ରକାଶ କରିଥିଲେ । ବୈଠକରେ ଘରକୁ ଘର ସର୍ଭେ ସମୟରେ ଭୋଟରମାନଙ୍କ ସହଯୋଗ, ସର୍ଭେ ଦଳଙ୍କ ଦ୍ୱାରା ତଥ୍ୟ ସଂଗ୍ରହ, ଭୋଟର ତାଲିକାରେ ନାମ ଯୋଗ, ବାଦ୍‌ ଓ ସଂଶୋଧନ ଭଳି ବିଭିନ୍ନ ବିଷୟ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟାରେ କୌଣସି ଯୋଗ୍ୟ ବ୍ୟକ୍ତିଙ୍କ ନାମ ଯେପରି ବାଦ୍‌ନପଡେ ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କ ନାମ ଯେପରି ତାଲିକାରେ ଅନ୍ତର୍ଭୁକ୍ତ ନହୁଏ, ସେଥିପାଇଁ ସମସ୍ତ ସମ୍ପୃକ୍ତ ପକ୍ଷଙ୍କୁ ସଚେତନ ଓ ସହଯୋଗୀ ଭୂମିକା ଗ୍ରହଣ କରିବାକୁ ଆୟୋଗ ପକ୍ଷରୁ ଆହ୍ୱାନ କରାଯାଇଛି । ଏହି ବୈଠକରେ ରାଜ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢୀଙ୍କ ସମେତ ଆୟୋଗର ସଚିବ ସନ୍ତୋଷ କୁମାର ଦାଶ, ଉପସଚିବ ଦୁର୍ଗା ଚରଣ ମୁର୍ମୁ ଓ ସମସ୍ତ ରାଜନୈତିକ ଦଳର ପ୍ରତିନିଧିବୃନ୍ଦ ଉପସ୍ଥିତ ଥିଲେ ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ