ପଦ୍ମପୁର ବ୍ଲକରେ ପ୍ରସ୍ତୁତି ଓ ରିଲିଫ୍ ବ୍ୟବସ୍ଥା ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା | ଭୁବନେଶ୍ୱର ; ୨୮ ଅକ୍ଟୋବର ୨୦୨୬: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହାର ପ୍ରଭାବରେ ସୃଷ୍ଟି ହେବାକୁ ଥିବା ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶାର ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ରାୟଗଡ ଜିଲ୍ଲାର ପଦ୍ମପୁର ବ୍ଲକ ଗସ୍ତ କରି ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ରିଲିଫ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

ଗସ୍ତ ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଜୟପଙ୍ଗା ପ୍ରାଥମିକ ବିଦ୍ୟାଳୟରେ ସ୍ଥାପିତ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କରିଥିଲେ। ଏଠାରେ ମୁଟୁକୁଣି ଗ୍ରାମରୁ ସ୍ଥାନାନ୍ତରିତ ହୋଇ ଆଶ୍ରୟ ନେଇଥିବା ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ଓ ଉପଲବ୍ଧ ସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ ୨୬ ଜଣ ଆଶ୍ରିତଙ୍କୁ ଶୁଖିଲା ରାସନ ପ୍ୟାକେଟ୍ ବଣ୍ଟନ କରିଥିଲେ।

ଆଶ୍ରୟସ୍ଥଳରେ ପ୍ରସ୍ତୁତ ଖାଦ୍ୟର ମାନ ନିଜେ ଯାଞ୍ଚ କରିବା ସହ ଆଶ୍ରିତମାନଙ୍କୁ ପର୍ଯ୍ୟାପ୍ତ ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଆଶ୍ରୟସ୍ଥଳରେ ଥିବା ଶିଶୁମାନଙ୍କ ସହ ଭାବ ବିନିମୟ କରି ସେମାନଙ୍କୁ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଖିଥିବା ଗୀତ ଗାଇବାକୁ କହିଥିଲେ। CDPOଙ୍କ ସହ ଆଲୋଚନା କରି ମୁଟୁକୁଣି ଗ୍ରାମର ଅଙ୍ଗନବାଡ଼ି କେନ୍ଦ୍ରର ଭିତ୍ତିଭୂମି, କେନ୍ଦ୍ରର ସ୍ଥିତି ଏବଂ ଅଙ୍ଗନବାଡ଼ି କର୍ମୀଙ୍କ ଉପଲବ୍ଧତା ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ।

ପରବର୍ତ୍ତୀ ସମୟରେ ଉପ-ମୁଖ୍ୟମନ୍ତ୍ରୀ ହରଭଙ୍ଗୀ ଜଳସେଚନ ଡିଭିଜନ ଅନ୍ତର୍ଗତ ବଡ଼ନାଳ ଜଳଭଣ୍ଡାର ପରିଦର୍ଶନ କରି ବର୍ତ୍ତମାନର ଜଳସ୍ତର ଏବଂ ସମ୍ଭାବ୍ୟ ବାତ୍ୟାଜନିତ ବର୍ଷା ପରିସ୍ଥିତିର ସମୀକ୍ଷା କରିଥିଲେ। ଏଥିସହ ଜଳଭଣ୍ଡାର ନିକଟରେ ଏକ ନିରୀକ୍ଷଣ ବଙ୍ଗଳା ନିର୍ମାଣ ପାଇଁ ପ୍ରସ୍ତାବ ପ୍ରସ୍ତୁତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଗସ୍ତ ସମୟରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରସାଦଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ବାତ୍ୟା ପରିସ୍ଥିତିରେ ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷା, ଆଶ୍ରିତଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ ଏବଂ ଜରୁରୀକାଳୀନ ପ୍ରସ୍ତୁତିକୁ ସୁଦୃଢ଼ କରିବା ଉପରେ ଏହି ଗସ୍ତରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।

  • Related Posts

    ୧୭ଟି ଜିଲ୍ଲାରେ ଜାରି ହେଲା ଆକସ୍ମିକ ବନ୍ୟା ସୂଚନା

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ୧୭ଟି ଜିଲ୍ଲାରେ ଆକସ୍ମିକ ବନ୍ୟା ନେଇ…

    Continue reading
    ‘ଅର୍ଣ୍ଣବ’ର ପ୍ରଭାବରେ ତଳମୁଣ୍ଡ ଅଞ୍ଚଳରେ ବନ୍ୟା ସ୍ଥିତି

    ଭୁବନେଶ୍ୱର:ସାମୁଦ୍ରିକ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ପବନ ଓ ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଅକ୍ଟୋବର ୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ତଳମୁଣ୍ଡ ଅଞ୍ଚଳରେ ଜଳସ୍ତର ଆଶାତୀତ ଭାବେ ବୃଦ୍ଧି ପାଇ ସ୍ୱାଭାବିକଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା