ପରଲୋକରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମ୍ମି କାର୍ଟର

ନୂଆଦିଲ୍ଲୀ: ପରଲୋକରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମ୍ମି କାର୍ଟର । ଜର୍ଜିଆ ସ୍ଥିତ ବାସଭବନରେ ନିଜର ପରିବାରବର୍ଗଙ୍କ ମଧ୍ୟରେ ସେ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। କିଛି ଦିନ ହେବ ସେ ମେଲାନୋମା ରୋଗରେ ପୀଡିତ ଥିଲେ। ଆମେରିକାର ୩୯ତମ ରାଷ୍ଟ୍ରପତି ଥିଲେ ଜିମି କାର୍ଟର। ୧୯୭୭ରୁ ୧୮୮୧ ପର୍ୟ୍ୟନ୍ତ ସେ ରାଷ୍ଟ୍ରପତି ପଦ ସମ୍ଭାଳି ଥିଲେ। ରାଷ୍ଟ୍ରପତି ପଦ ଛାଡ଼ିବା ପରେ ନିଜର ସଂସ୍ଥା ”କାର୍ଟର ସେଣ୍ଟର” ମାଧ୍ୟମରେ ସେ ଲୋକଙ୍କ ସେବା ଆରମ୍ଭ କରିଥିଲେ । ୨୦୦୨ ରେ ତାଙ୍କୁ ନୋବେଲ ଶାନ୍ତି ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ଜିମ୍ମି କାର୍ଟରଙ୍କ ଦେହାନ୍ତକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ୍ , ବାରାକ୍ ଓବାମା ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକପ୍ରକାଶ କରିଛନ୍ତି।

  • Related Posts

    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading
    ଆଫଗାନିସ୍ତାନ ଭୂମିକମ୍ପ: ୮ମୃତ

    ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ପାକିସ୍ତାନ ପାଣିପାଗ ବିଭାଗ (ପିଏମଡି) ରିପୋର୍ଟ କରିଛି ଯେ, ଦେଶର ବିଭିନ୍ନ ସ୍ଥାନରେ ୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ର ଭୂପୃଷ୍ଠରୁ ୧୯୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ