ପରିବାରର ୫ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର ମଧ୍ୟ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଥିବା ପୁଲିସ ସନ୍ଦେହ କରୁଛି। ସେ ଫେରାର ଅଛନ୍ତି। ତାଙ୍କୁ ଧରିବାକୁ ପୁଲିସ ପ୍ରୟାସ ଜାରି ରଖିଛି।

ମୃତକମାନେ ହେଉଛନ୍ତି, ଅର୍ଶଦଙ୍କ ମା’ ଅସମା, ଭଉଣୀ ଅଲଶିୟା (୧୯), ରହମୀନ (୧୮), ଅକସା (୧୬), ଓ ଆଲିୟା (୯)। ସେମାନେ ସମସ୍ତେ ଆଗ୍ରାର ବାସିନ୍ଦା ଥିଲେ। ଗତ ସୋମବାର (ଡିସେମ୍ବର ୩୦) ସେମାନେ ଲକ୍ଷ୍ନୌ ଆସିଥିଲେ ଓ ଏକ ହୋଟେଲରେ ରହୁଥିଲେ। ସେମାନଙ୍କ ସହିତ ଅର୍ଶଦ ଓ ବଦର ମଧ୍ୟ ଆସିଥିଲେ।

ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ପାରିବାରିକ କଳହକୁ ନେଇ ଏହି ଘଟଣା ଘଟିଛି। ତେବେ କେଉଁ କଥାକୁ ନେଇ ପରିବାରର ସଦସ୍ୟଙ୍କ ମଧ୍ୟ କନ୍ଦଳ ଲାଗିଥିଲା, ସେ ନେଇ ପୁଲିସ କିଛି କହି ନାହିଁ।ଗତକାଲି ରାତିରେ ହୋଟେଲରେ ଏହି ପରିବାରର ସଦସ୍ୟଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ଆଉ ତା’ପରେ ଏହି ଘଟଣା ଘଟିଥିଲା। ଅର୍ଶଦ ସମସ୍ତଙ୍କ ଖାଦ୍ୟରେ କୌଣସି ପ୍ରକାରର ନିଶା ଦ୍ରବ୍ୟ ମିଶାଇ ଦେଇଥିଲେ। ମା’ ଓ ଭଉଣୀମାନେ ଖାଇପିଇ ଶୋଇବା ପରେ ଖାଦ୍ୟରେ ପଡ଼ିଥିବା ନିଶା ଦ୍ରବ୍ୟ ପ୍ରଭାବରେ ଅଚେତ ହୋଇଯାଇଥିଲେ। ତା’ପରେ ଅର୍ଶଦ ସେମାନଙ୍କୁ ହତ୍ୟା କରିଥିଲେ। ସମସ୍ତ ମୃତକଙ୍କ ମଣିବନ୍ଧକୁ ବ୍ଲେଡ୍‌ରେ କଟାଯାଇଥିଲା। ମୃତଦେହଗୁଡ଼ିକ ରକ୍ତଜୁଡ଼ୁବୁଡ଼ୁ ହୋଇ ପଡ଼ି ରହିଥିଲା।

  • Related Posts

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ଢାକା ବାଂଲାଦେଶରେ ଶେଖ ହାସିନାଙ୍କ ଶାସନର ପତନର ଗୋଟିଏ ବର୍ଷ ପୂରଣ ଅଗଷ୍ଟ ୮ରେ ହେବାକୁ ଯାଉଛି। ଏହି ଅବସରରେ, ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଦେଶକୁ ସମ୍ବୋଧିତ କରିଛନ୍ତି। ନିଜ ଅଭିଭାଷଣରେ, ସେ ଘୋଷଣା କରିଛନ୍ତି ଯେ, ଦେଶର…

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍