ପର୍ଯ୍ୟଟନ ବିକାଶରେ ମାଇଲଖୁଣ୍ଟ, ଏକାକାଳୀନ ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ଲୋକସେବା ଭବନରେ ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଓଡ଼ିଶାର ପର୍ଯ୍ୟଟନର ବିକାଶରେ ଯୋଡ଼ି ହୋଇଥିବା ଏହି ନୂତନ ଫର୍ଦ୍ଦର ଉନ୍ମୋଚନ ଅବସରରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଯୋଗ ଦେଇଛନ୍ତି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତିନୋଟି ବୁଝାମଣାପତ୍ର ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତା ବିଶ୍ୱସ୍ତରରେ ଏହାର ପ୍ରଭାବ ବିସ୍ତାର କରିବାରେ ସହାୟକ ହେବ । ଏଥିସହ ଏହି ପ୍ରକଳ୍ପଗୁଡ଼ିକୁ ମିଶନ୍ ମୋଡରେ କାର୍ଯ୍ୟକାରୀ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଉପମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ।
ସେହିପରି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବୌଦ୍ଧ ପର୍ଯ୍ୟଟନ ପଦକ୍ଷେପକୁ ଏକ ଐତିହାସିକ ସହଭାଗୀତା ଭାବରେ ବର୍ଣ୍ଣନା କରିଛନ୍ତି, ଯାହା ଓଡ଼ିଶାର ଅତୁଳନୀୟ ସାଂସ୍କୃତିକ ଐତିହ୍ୟକୁ ପୁନର୍ଜୀବିତ ଏବଂ ପ୍ରୋତ୍ସାହିତ କରିବ । ମୁଖ୍ୟ ଶାସନ ସଚିବ ଓଡ଼ିଶା ଭିଜନ 2036 ରେ ପର୍ଯ୍ୟଟନର ଭୂମିକା ଉପରେ ଗୁରୁତ୍ୱାରୋପ କରି କହିଥିଲେ ଯେ ପର୍ଯ୍ୟଟନ କେବଳ ଆର୍ଥିକ ବିକାଶରେ ଯୋଗଦାନ ଦେଉନାହିଁ ବରଂ ସଂସ୍କୃତିକୁ ସଂରକ୍ଷଣ ଏବଂ ଜୀବିକା ସୃଷ୍ଟି କରିବାରେ ମଧ୍ୟ ସାହାଯ୍ୟ କରୁଛି ।ସୂଚନାଯୋଗ୍ୟ, ଭାରତୀୟ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ, ମାଡ୍ରାସ (IIT-M), ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ୱାଟର ସ୍ପୋର୍ଟ୍ସ (NIWS), ଗୋଆ ଏବଂ ଲାଇଟ୍ ଅଫ୍ ବୁଦ୍ଧଧର୍ମ ଫାଉଣ୍ଡେସନ୍ ଇଣ୍ଟରନ୍ୟାସନାଲ୍ (LBDFI) ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । କାର୍ଯ୍ୟକ୍ରମରେ ବିଭିନ୍ନ ସଂଗଠନର ୨୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ । ଆଇଆଇଟି ମାଡ୍ରାସ ସହିତ ହୋଇଥିବା ବୁଝାମଣାପତ୍ର ଅନୁଯାୟୀ, ଓଡ଼ିଶା ଐତିହ୍ୟ ସ୍ମାରକୀଗୁଡ଼ିକର ସାଇଣ୍ଟିଫିକ୍ ଷ୍ଟ୍ରକ୍ଚରାଲ୍ ଅଡ଼ିଟ୍ ଓ ସଂରକ୍ଷଣ ନିମନ୍ତେ ଉନ୍ନତ ବୈଜ୍ଞାନିକ କୌଶଳ ବ୍ୟବହାର କରାଯିବ । ଏହି ସହଯୋଗରେ ବିସ୍ତୃତ ଡକ୍ୟୁମେଣ୍ଟେସନ୍, ସାମଗ୍ରୀ ପରୀକ୍ଷଣ, ଭୂ-ବୈଷୟିକ ତଦନ୍ତ ଓ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତି ଅନ୍ତର୍ଭୁକ୍ତ ହେବ । ଏଥିରେ ସ୍ଥାୟୀ ପୁନଃବ୍ୟବହାର ଯୋଜନା ଓ ପ୍ରକଳ୍ପ ପରିଚାଳନା ପରାମର୍ଶ ସହାୟତା ମଧ୍ୟ ଅନ୍ତର୍ଭୁକ୍ତ, ଯାହାର ଲକ୍ଷ୍ୟ ଓଡ଼ିଶାର ଐତିହାସିକ ସ୍ଥାନଗୁଡ଼ିକର ଦୀର୍ଘକାଳୀନ ସଂରକ୍ଷଣ ସୁନିଶ୍ଚିତ କରିବା । ଏହି ବୁଝାମଣାପତ୍ର ଓଡ଼ିଶାର ଅମୂଲ୍ୟ ଐତିହ୍ୟ ସମ୍ପତ୍ତିଗୁଡ଼ିକୁ ସଂରକ୍ଷଣ ଏବଂ ପୁନରୁଦ୍ଧାର କରିବା ଉପରେ ଧ୍ୟାନ ଦେବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ଦ୍ବିତୀୟରେ ଓଡ଼ିଶାରେ ଜଳଭିତ୍ତିକ ଦୁଃସାହସିକ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ୱାଟର ସ୍ପୋର୍ଟ୍ସ (NIWS), ଗୋଆ ସହିତ ବୁଝାମଣାପତ୍ର ସ୍ବାକ୍ଷର କରିଛି ପର୍ଯ୍ୟଟନ ବିଭାଗ । ଏହି ବୁଝାମଣାପତ୍ର ଅଧୀନରେ NIWS ଅନ୍ତର୍ଜାତୀୟ ମାନଦଣ୍ଡ ସହିତ ବୈଷୟିକ ବିଶେଷଜ୍ଞତା ପ୍ରଦାନ କରିବ, ସୁରକ୍ଷା ଅଡିଟ୍ କରିବ । ଏଥିସହ ଅପରେଟର, ଲାଇଫଗାର୍ଡ ଓ ଦୁଃସାହସିକ ଖେଳାଳୀମାନଙ୍କୁ ପ୍ରଶିକ୍ଷଣ ଦେବ । ଓଡ଼ିଶାରେ ଜଳଭିତ୍ତିକ ଦୁଃସାହସିକ ପର୍ଯ୍ୟଟନରେ ଏହା ଏକ ନୂତନ ଫର୍ଦ୍ଦ ଯୋଡିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ତୃତୀୟତଃ, ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଏବଂ ଲାଇଟ୍ ଅଫ୍ ବୁଦ୍ଧଧର୍ମ ଫାଉଣ୍ଡେସନ୍ ଇଣ୍ଟରନ୍ୟାସନାଲ୍ (LBDFI) ମିଳିତ ଭାବେ ବୌଦ୍ଧ ତୀର୍ଥ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବେ । ଏହି ସହଭାଗିତ ଦ୍ବାରା ବାର୍ଷିକ ବୌଦ୍ଧ ପ୍ରାର୍ଥନା ସମାରୋହ ଆୟୋଜନ, ପରିଦର୍ଶକଙ୍କ ସୁବିଧାର ବିକାଶ, ପବିତ୍ର ସ୍ଥାନଗୁଡ଼ିକର ସୌନ୍ଦର୍ଯ୍ୟକରଣ, ଗୁରୁ ପଦ୍ମସମ୍ଭବଙ୍କ ଜୀବନୀ ଓ ଆଦର୍ଶର ସଂରକ୍ଷଣ ଉପରେ ଧ୍ୟାନ ଦିଆଯିବ । ଏହି ବୁଝାମଣାପତ୍ର ଦ୍ବାରା ଓଡ଼ିଶାର ବୌଦ୍ଧ ଐତିହ୍ୟକୁ Global Pilgrimage Circuits ସହିତ ସଂଯୋଗ କରିବା ଏବଂ ଆଧ୍ୟାତ୍ମିକ, ସାଂସ୍କୃତିକ ପର୍ଯ୍ୟଟନର କେନ୍ଦ୍ର ଭାବରେ ଓଡ଼ିଶାର ସ୍ଥିତିକୁ ସୁଦୃଢ଼ କରିବାକୁ ଆଶା ରଖିଛୁ ବୋଲି ମତବ୍ୟକ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ ଉପସ୍ଥିତ ବରିଷ୍ଠ ଅଧିକାରୀମାନେ କହିଛନ୍ତି ଯେ ଏହି ସହଯୋଗଗୁଡ଼ିକ ଓଡ଼ିଶା ପାଇଁ ଏକ ସ୍ଥିର, ଅନ୍ତର୍ଭୁକ୍ତ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ ପର୍ଯ୍ୟଟନ ଇକୋସିଷ୍ଟମ ଗଠନରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ଐତିହ୍ୟ ସଂରକ୍ଷଣ ଓ ସାଂସ୍କୃତିକ ପର୍ଯ୍ୟଟନ ଉପରେ ମିଳିତ ଧ୍ୟାନ ଦେଇ, ରାଜ୍ୟ ଆଗାମୀ ବର୍ଷଗୁଡ଼ିକରେ ଭାରତର ସବୁଠାରୁ ଆକର୍ଷଣୀୟ ସ୍ଥଳୀ ଭାବରେ ଉଭା ହେବାକୁ ଲକ୍ଷ୍ୟ ରଖିଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ