ପଶ୍ଚିମ ଓଡ଼ିଶାର ରାସ୍ତା ନିର୍ମାଣ କାର୍ୟ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ପ୍ରତି ପଶ୍ଚିମ ଓଡ଼ିଶାରେ ଚାଲୁଥିବା ପୂର୍ତ୍ତ ବିଭାଗ ଅଧୀନରେ ଚାଲୁଥିବା ରାସ୍ତା ନିର୍ମାଣ କାର୍ୟ୍ୟର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏହି ସମୀକ୍ଷା ବେଳେ ପୂର୍ତ୍ତ, ଆଇନ ତଥା ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଉପସ୍ଥିତ ଥିଲେ ।

ପଶ୍ଚିମ ଓଡ଼ିଶା ଵିଶେଷ କରି ବଲାଙ୍ଗୀର ଓ ସୋନପୁର ଠାରେ ଚାଲିଥିବା ରାସ୍ତା, ବ୍ରିଜ ନିର୍ମାଣ କାର୍ୟ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ଏଥିରେ ବଲାଙ୍ଗୀର, ସୋନପୁର, ପାଟଣାଗଡ଼ ବାଇପାସ୍ ଇତ୍ୟାଦି ରହିଛି । କାର୍ୟ୍ୟଗୁଡିକୁ ତ୍ବରାନ୍ବିତ କରି ଧାର୍ୟ୍ୟ ସମୟ ମଧ୍ୟରେ ସାରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କିଛିଦିନ ପୂର୍ବରୁ ଦିଲ୍ଲୀ ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟକ୍ଷ ଭାବେ ଜଡ଼ିତ ରହି ଭାରତ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଠାରୁ ଉପରୋକ୍ତ ପ୍ରକଳ୍ପର ପରିବେଶ ମଞ୍ଜୁରୀ ପ୍ରାପ୍ତ କରାଇଥିଲେ । ଏହି ସବୁ ପ୍ରକଳ୍ପ ଗୁଡିକ କାର୍ୟ୍ୟକ୍ଷମ ହେଲେ ପଶ୍ଚିମ ଓଡିଶାର ଲୋକେ ଯାତାୟାତ ତଥା ପରିବହନରେ ବିଶେଷରୂପେ ଉପକୃତ ହୋଇପାରିବେ ଏବଂ ଏହା ସ୍ଥାନୀୟ ଅଞ୍ଚଳକୁ ଏକ ଆଧୁନିକ ଢାଞ୍ଚା ପ୍ରଦାନ କରିବ । ରାସ୍ତା ସମ୍ପ୍ରସାରଣ କରି ଚାରି ଥାକିଆ କରିବା ବା ନୂତନ ଭାବେ ରାସ୍ତା ନିର୍ମାଣ ସମୟରେ ସେହି ସ୍ଥାନରେ ଥିବା ବୃକ୍ଷ ଗୁଡିକୁ ନ କାଟି ଏହାର ପ୍ରତିରୋପଣ କରିବା ପାଇଁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ସମୀକ୍ଷା ବୈଠକରେ ପୂର୍ତ୍ତ ବିଭାଗ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ