ପଶ୍ଚିମବଙ୍ଗ: ୯ରେ ହେବ ଶପଥ ଗ୍ରହଣ ଉତ୍ସବ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ବିଜେପିର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଜୋରଦାର। ସୂତ୍ର ଅନୁସାରେ ମେ ୧୦ ତାରିଖ ପୂର୍ବରୁ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀ ମେ ୯ ତାରିଖରେ ପଡୁଥିବାରୁ ଏହି ତାରିଖକୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ବିଜେପି ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ୟ୍ୟ ସୂଚନା ଦେଇ କହିଛନ୍ତି ଯେ, ମେ ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବ।
ଶୁଭେନ୍ଦୁ ଅଧିକାରୀ ସମେତ ଅନେକ ବରିଷ୍ଠ ବିଜେପି ନେତା ଦିଲ୍ଲୀରେ ଅମିତ ଶାହଙ୍କ ସହ ସରକାର ଗଠନ ରଣନୀତି ଉପରେ ଆଲୋଚନା କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

ସେପଟେ ବିଜେପିର ପ୍ରଚଣ୍ଡ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।। ତେବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହରାଇଥିବା ବିଜେପିର ଫାୟାରବ୍ରାଣ୍ଡ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ନାଁ ସବୁଠୁ ଆଗରେ ରହିଛି।

ସେହିପରି ବରିଷ୍ଠ ନେତା ଦିଲୀପ ଘୋଷ, ସମିକ ଭାଟାଚାର୍ୟ୍ୟଙ୍କ ନାଁ ମଧ୍ୟ ରେସରେ ଅଛନ୍ତି। ସେହିପରି ମହିଳା ଚେହେରା ଭାବେ ଅଗ୍ନିମିତ୍ରା ପାଲଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି। ୨୦୦ରୁ ଅଧିକ ଆସନରେ ବିଜୟ ସହ ପଶ୍ଚିମବଙ୍ଗରେ ପ୍ରଥମ ଥର କ୍ଷମତାକୁ ଆସିଛି ବିଜେପି।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ହାଇଜାକ୍ ଆଲର୍ଟ: ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ

    ରାଜସ୍ଥାନ: ଜୟପୁର ବିମାନବନ୍ଦରରେ ବଡ଼ଧରଣର ବିମାନ ହାଇଜାକ୍ ଆଲର୍ଟ । ଯାହା ପରେ କିଛି ସମୟ ପାଇଁ ବିମାନରେ ଆତଙ୍କ ଖେଳିଯାଇଥିଲା । ଜର୍ମାନୀର ଫ୍ରାଙ୍କଫର୍ଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଫ୍ଲାଇଟ୍ (AI-2030)କୁ ଜୟପୁରରେ ସୁରକ୍ଷିତ ଭାବେ ଜରୁରୀକାଳୀନ ଅବତରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି