‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

ଭୁବନେଶ୍ୱର: ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି । ଆସନ୍ତା ସେପ୍‌ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ପାଠ୍ୟପୁସ୍ତକର ଦ୍ୱିତୀୟ ଖଣ୍ଡ (ସେକେଣ୍ଡ ଭଲ୍ୟୁମ୍‌)ରେ ଆଞ୍ଚଳିକ ପ୍ରତିରୋଧ ଆନ୍ଦୋଳନ ଓ ସଶସ୍ତ୍ର ବିଦ୍ରୋହ ସଂପର୍କିତ ବିଷୟ ସ୍ଥାନିତ ହେବ । ଏଥିରେ ଓଡ଼ିଶାର ପାଇକ ବିଦ୍ରୋହ, ଖୋର୍ଦ୍ଧା ବିଦ୍ରୋହ, ପଞ୍ଜାବର କୁକା ଆନ୍ଦୋଳନ, ଶିଖ୍‌ ବିଦ୍ରୋହକୁ ଅନ୍ତର୍ଭୁକ୍ତ କରାଯାଇଛି । ଏହି ପାଠ୍ୟପୁସ୍ତକର ଦ୍ୱିତୀୟ ଖଣ୍ଡ ଏବେ ଚୂଡ଼ାନ୍ତ ପର୍ୟ୍ୟାୟରେ ରହିଛି । ଏପରି ସ୍ପଷ୍ଟୀକରଣ ରଖିଛି ଏନ୍‌ସିଇଆର୍‌ଟି ।

ସୂଚନାଯୋଗ୍ୟ, ଏନ୍‌ସିଇଆର୍‌ଟି ଅଷ୍ଟମ ଶ୍ରେଣୀର ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକ ‘ଏକ୍ସପ୍ଲାରିଂ ସୋସାଇଟି: ଇଣ୍ଡିଆ ଆଣ୍ଡ ବିୟଣ୍ଡ’ରେ ଦି କଲୋନିଆଲ୍‌ ଏରା ଇନ୍‌ ଇଣ୍ଡିଆ ଚାପ୍ଟରରେ ଓଡ଼ିଶା ପାଇକ ବିଦ୍ରୋହ ବାଦ୍‌ ପଡ଼ିଥିବା ନେଇ ଚର୍ଚ୍ଚା ହୋଇଥିଲା । ଏହାକୁ ନେଇ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଏନ୍‌ସିଇଆର୍‌ଟି କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି, ପ୍ରକାଶିତ ପାଠ୍ୟପୁସ୍ତକ ହେଉଛି ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନର ପ୍ରଥମ ଖଣ୍ଡ (ଭଲ୍ୟୁମ୍‌-୧) । ଏହାର ଦ୍ୱିତୀୟ ଖଣ୍ଡ ଆସନ୍ତା ସେପ୍‌ଟେମ୍ବରରୁ ଅକ୍ଟୋବର ମାସ ମଧ୍ୟରେ ପ୍ରକାଶିତ ହେବ । ଏହି ଦ୍ୱିତୀୟ ଖଣ୍ଡରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଘଟଣା ଓ ଆନ୍ଦୋଳନକୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ସୁସଂଗଠିତ ଢଙ୍ଗରେ ଉପସ୍ଥାପନ କରାଯିବ । ଏଥିରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ପାଇକ ବିଦ୍ରୋହ ବିଷୟ ବିସ୍ତୃତ ଭାବେ ରହିବ । ଏହାଦ୍ୱାରା ଛାତ୍ରଛାତ୍ରୀମାନେ ଦେଶର ସମୃଦ୍ଧ ଐତିହାସିକ ଓ ସାଂସ୍କୃତିକ ବିବିଧତା ସଂପର୍କରେ ଆହୁରି ଗଭୀର ଜ୍ଞାନ ଲାଭ କରିପାରିବେ ବୋଲି ଏନ୍‌ସିଇଆର୍‌ଟି ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି

  • Garvita Odia

    Related Posts

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ଭୁବନେଶ୍ୱର: କିଟ୍‌ ୟୁନିଭର୍ସିଟିରେ ଲଗାତାର 2 ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । କିଟ୍‌କୁ ଦାୟୀ କରିଛି ୟୁଜିସି । କିଟ୍‌ ବିଶ୍ବବିଦ୍ୟାଳୟ ଦ୍ବାରା କରାଯାଇଥିବା ଅବୈଧ ଓ ବେଆଇନ କାର୍ଯ୍ୟକଳାପକୁ ନେଇ ଆଙ୍ଗୁଳି ଉଠାଇଛି UGC ଫ୍ୟାକ୍ଟ ଫାଇଣ୍ଡିଂ ପ୍ୟାନେଲ୍…

    ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ

    ଭୁବନେଶ୍ୱର : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା