‘ପାଇକ ବିଦ୍ରୋହ ସ୍ମାରକୀ’ ଯୁବପିଢ଼ିଙ୍କୁ ସର୍ବଦା ଅନୁପ୍ରାଣିତ କରିବ:ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ଖୋର୍ଦ୍ଧା, ମଇ ୧୮,୨୦୨୬ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ୧୮୧୭ ମସିହାରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ଶାସନ ବିରୁଦ୍ଧରେ ହୋଇଥିବା ଏହି ସଶସ୍ତ୍ର ଗଣବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏହା ଓଡ଼ିଆ ଜାତିର ସ୍ୱାଭିମାନ, ଅସ୍ମିତା ଓ ଗୌରବର ଏକ ଅନନ୍ୟ ପ୍ରତୀକ । ଏହି ମାଟିର ବୀରମାନଙ୍କ ବଳିଦାନ ସମଗ୍ର ଦେଶକୁ ସ୍ୱାଧୀନତା ସଂଗ୍ରାମ ପାଇଁ ପ୍ରେରିତ କରିଥିଲା । ବରୁଣେଇ ପାହାଡ଼ ପାଦଦେଶରେ ନିର୍ମାଣ ହେଉଥିବା ଏହି ଭବ୍ୟ ସ୍ମାରକୀ ସ୍ଥଳ ଆଗାମୀ ଶତାବ୍ଦୀ ଶତାବ୍ଦୀ ପର୍ଯ୍ୟନ୍ତ ଓଡ଼ିଆ ଜାତିର ବୀରତ୍ୱ ଓ ବିଜୟଗାଥାକୁ ସାରା ବିଶ୍ୱରେ ପ୍ରତିପାଦିତ କରିବ । ଓଡ଼ିଶାର ଅଦମ୍ୟ ସାହସର ମୂକସାକ୍ଷୀ ହୋଇ ରହିବାକୁ ଥିବା ଏହି ପ୍ରକଳ୍ପ ଆଗାମୀ ଦିନରେ ଆମ ଯୁବପିଢ଼ିଙ୍କୁ ନିଜ ସଂସ୍କୃତି ଓ ଦେଶପ୍ରେମରେ ସର୍ବଦା ଅନୁପ୍ରାଣିତ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ଓଡ଼ିଶାର ଗୌରବମୟ ଇତିହାସକୁ ବିଶ୍ୱ ଦରବାରରେ ସଠିକ୍ ପରିଚୟ ଦେବା ପାଇଁ ସଦାସର୍ବଦା ପ୍ରତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ