ପାଇଲଟ ଓ ଏସକର୍ଟ ଗାଡ଼ିକୁ ହଟାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର,୧୪।୦୫।୨୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକୁ ସ୍ୱୀକାର କରି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ପାଇଲଟ ଓ ଏସକର୍ଟ ଗାଡି ଗୁଡିକୁ ହଟେଇ ଦେଇଛନ୍ତି। ଆଜିଠାରୁ ସଚିବାଳୟ ଯିବା କିମ୍ବା ଅନ୍ୟାନ୍ୟ କାର୍ଯ୍ୟ ପାଇଁ କେବଳ ଏକମାତ୍ର ଗାଡ଼ିର ବ୍ୟବହାର କରିବେ। ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ, ବ୍ୟକ୍ତିଗତ ଗାଡିରେ ଯିବାଆସିବା କମ୍ କରିବା ସହିତ, ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍‌ସପୋର୍ଟ ଓ EV ଗାଡ଼ିର ବ୍ୟବହାର କରିବାକୁ ଉପମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।

  • Related Posts

    ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ନିମାପଡାରେ ପ୍ରେରଣା ଦିବସ ପାଳିତ

    ନିମାପଡ଼ା,୧୪।୦୫।୨୬: ନିମାପଡାର ଗାନ୍ଧୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ସ୍ୱର୍ଗତ ଭବାନୀ ଚରଣ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସକୁ ନିମାପଡ଼ା ରେ ପ୍ରେରଣା ଦିବସ ଭାବେ ପାଳନ କରାଯାଇ ଆସୁଛି। ସ୍ୱର୍ଗତ ଭବାନୀ ଚରଣ ପଟ୍ଟନାୟକଙ୍କ ଷଷ୍ଠ ଶ୍ରାଦ୍ଧ ଦିବସ ଅବସରରେ…

    Continue reading
    ଭି.ଡି. ସତୀଶନ୍ କେରଲମ୍ ମୁଖ୍ୟମନ୍ତ୍ରୀ

    ନୂଆଦିଲ୍ଲୀ: ଭି.ଡି. ସତୀଶନ୍ କେରଲମ୍ ମୁଖ୍ୟମନ୍ତ୍ରୀ। ନିର୍ବାଚନର ୧୦ ଦିନ ପରେ ନୂଆଦିଲ୍ଲୀ କଂଗ୍ରେସ୍ ମୁଖ୍ୟାଳୟରେ ପ୍ରେସମିଟ୍‌ରେ ନାଁ ଘୋଷଣା କଲା ଦଳ। ଭି.ଡି. ସତୀଶନ୍ ଙ୍କ ଉପରେ ମୋହର ଲଗାଇଛନ୍ତି ହାଇ କମାଣ୍ଡ। ଉତ୍ତର ପାରାଭୁର ଆସନରୁ ବିଧାୟକ ହୋଇଥିଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ