ପାକିସ୍ତାନକୁ ୪-୩ରେ ହରାଇଲା ଭାରତ ; ଏଫ୍‌ଆଇଏଚ୍‌ ପୁରୁଷ ପ୍ରୋ ଲିଗ୍‌ ହକି

ଲଣ୍ଡନ : ଏଫ୍‌ଆଇଏଚ୍‌ ପୁରୁଷ ପ୍ରୋ ଲିଗ୍‌ ହକି ୨୦୨୫-୨୬ରେ ପାକିସ୍ତାନ ବିପକ୍ଷରେ ଭାରତ ରୋମାଞ୍ଚକର ବିଜୟ ହାସଲ କରିଛି। ମଙ୍ଗଳବାର ଲଣ୍ଡନରେ ଖେଳାଯାଇଥିବା ମ୍ୟାଚରେ ଭ‌ାରତ ୪-୩ ଗୋଲରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ପଏଣ୍ଟ ପାଇଛି। ଟୁର୍ଣ୍ଣାମେଣ୍ଟରେ ଭାରତର ଏହା ତୃତୀୟ ବିଜୟ। ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବିଙ୍କ ମଧ୍ୟରେ ଖେଳାଯାଇଥିବା ହାଇପ୍ରୋଫାଇଲ ମ୍ୟାଚ ପ୍ରାରମ୍ଭରୁ ​‌େ​‌ଶଷ ପର୍ଯ୍ୟନ୍ତ ଉତ୍କଣ୍ଠାପୂର୍ଣ୍ଣ ରହିଥିଲା। ପାକିସ୍ତାନ ୮ ମିନିଟ୍‌ରେ ଗୋଲ ଦେଇ ଅଗ୍ରଣୀ ହାସଲ କରିଥିଲା। ଏକ ପେନାଲ୍ଟି କର୍ଣ୍ଣରକୁ ନଦିମ ଅହମ୍ମଦ ଗୋଲରେ ପରିଣତ କରି ଦଳକୁ ୧-୦ରେ ଆଗୁଆ କରିଥିଲେ। ପ୍ରଥମ କ୍ବାର୍ଟର ସୁଦ୍ଧା ପାକିସ୍ତାନ ୧-୦ ଗୋଲରେ ଅଗ୍ରଣୀ ରହିଥିଲା। ଦ୍ବିତୀୟ କ୍ବାର୍ଟର ତଥା ଖେଳର ୨୨ ମିନିଟ୍‌ରେ ଭାରତ ଗୋଲ ବରାବର କରି ନେଇଥିଲା। ଭାରତ ପକ୍ଷରୁ ମନପ୍ରୀତ ସିଂହ ଗୋଲ ଦେଇ ମ୍ୟାଚକୁ ୧-୧ ବରାବର କରିଥିଲେ। ୨୪ ମିନିଟ୍‌ରେ ଭାରତକୁ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ନୀଳକାନ୍ତ ଶର୍ମା ଗୋଲରେ ପରିଣତ କରି ଦଳକୁ ୨-୧ରେ ଆଗୁଆ କରିଥିଲେ।
ପ୍ରଥମାର୍ଦ୍ଧ ସୁଦ୍ଧା ଭାରତ ୨-୧ ଗୋଲରେ ଆଗୁଆ ରହିଥିଲା। ତୃତୀୟ କ୍ବାର୍ଟରରେ ମଧ୍ୟ ଭାରତର ଗୋଲ ଦେବା ଧାରା ଜାରି ରହିଥିଲା। ୪୦ ମନିଟ୍‌ରେ ଭାରତ ପକ୍ଷରୁ ସୁଖଜିତ ସିଂହ ଗୋଲ ଦେଇ ଦଳକୁ ୩-୧ରେ ଆଗୁଆ କରିଥିଲେ। ତୃତୀୟ କ୍ବାର୍ଟର ସୁଦ୍ଧା ଭାରତ ୩-୧ ଗୋଲରେ ଆଗୁଆ ରହିଥିଲା। ଅନ୍ତିମ କ୍ବାର୍ଟରରେ ଉଭୟ ଦଳ ଗୋଲ ଦେବା ନେଇ ଆକ୍ରମଣ ଓ ପ୍ରତି ଆକ୍ରମଣ କରିଥିଲେ। ୫୨ ମିନିଟ୍‌ରେ ଭାରତକୁ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ରାଜୀନ୍ଦର ସିଂହ ଗୋଲରେ ପରିଣତ କରି ଦଳକୁ ୪-୧ରେ ଆଗୁଆ କରିଥିଲେ। ୫୩ ମିନିଟ୍‌ରେ ପାକିସ୍ତାନକୁ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ଅଧିନାୟକ ମହମ୍ମଦ ଆବୁ ଗୋଲ​‌େ​‌ର ପରିଣତ କରି ମ୍ୟାଚକୁ ୨-୪ ସ୍ତରକୁ ଆଣିଥିଲେ। ୬୦ ମିନିଟ୍‌ରେ ପାକିସ୍ତାନ ପାଇଥିବା ଆଉ ଏକ ପେନାଲ୍ଟି କର୍ଣ୍ଣରକୁ ସକିଲ ମୋଇନ ଗୋଲ ଦେଇ ମ୍ୟାଚକୁ ୩-୪ ସ୍ତରକୁ ଆଣିଥିଲେ ମଧ୍ୟ ଦଳକୁ ପରାଜୟରୁ ରକ୍ଷା କରିପାରିନଥିଲେ। ଦୁଇ ଦଳ ମଧ୍ୟରେ ଦ୍ବିତୀୟ ରାଉଣ୍ଡ ମ୍ୟାଚ ୨୬ରେ ଖେଳାଯିବ। ଭାରତ ୧୩ଟି ମ୍ୟାଚ ଖେଳି ୩ଟି ବିଜୟ, ଗୋଟିଏ ସୁଟ୍‌ଆଉଟ୍‌ ବିଜୟ, ଦୁଇଟି ସୁଟ୍‌ଆଉଟ୍‌ ପରାଜୟ ଓ ୭ଟି ପରାଜୟ ସହ ୧୩ ପଏଣ୍ଟ ପାଇ ଟେବୁଲର ସପ୍ତମ ସ୍ଥାନରେ ରହିଛି।

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ