ପାକିସ୍ତାନରେ ବିସ୍ଫୋରଣ, ଜଳିଗଲେ ୮ ଜଣ

ପାକିସ୍ତାନ: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରାନ୍ତରୁ ଭୟଙ୍କର ବିସ୍ଫୋରଣ । ଗୁରୁବାର ସନ୍ଧ୍ୟାରେ ହରିପୁର ଜିଲ୍ଲାସ୍ଥିତ ହତ୍ତର ଇଣ୍ଡଷ୍ଟ୍ରିଆଲ୍ ଏଷ୍ଟେଟ୍ରେ ଏକ ବୃହତ ଗ୍ୟାସ୍ ପାଇପଲାଇନ୍ ବିସ୍ଫୋରଣ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଭାବେ ଆହତ ଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଗ୍ରାଣ୍ଡ ଟ୍ରଙ୍କ ରୋଡ୍ ନିକଟରେ ଥିବା ଏକ କାରଖାନା ପାଖ ଦେଇ ଯାଇଥିବା ଏହି ପାଇପଲାଇନ୍ରେ ହଠାତ୍ ଜୋରଦାର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣର ଶବ୍ଦ ଏତେ ଭୟଙ୍କର ଥିଲା ଯେ ଆଖପାଖ ଅଞ୍ଚଳ ଥରି ଉଠିଥିଲା । ବିସ୍ଫୋରଣ ପରେ ପରେ ସେଠାରେ ସଙ୍ଗେ ସଙ୍ଗେ ନିଆଁ ବ୍ୟାପିଯାଇଥିଲା । ଏହି ନିଆଁ ଆଖି ପିଛୁଳାକେ ନିକଟରେ ଥିବା ଏକ ଘରକୁ ନିଜ କବଳକୁ ନେଇଯାଇଥିଲା ।

ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୮ ଜଣଙ୍କ ମଧ୍ୟରେ ଜଣେ ପୁରୁଷଙ୍କ ସମେତ ମହିଳା ଓ ଶିଶୁ ରହିଛନ୍ତି । ସେହିପରି ଉଦ୍ଧାରକାରୀ ଦଳ ନିଆଁ ଘେରରୁ ୪ ଜଣ ମହିଳା ଓ ୬ ଜଣ ଶିଶୁଙ୍କୁ ଜୀବନ୍ତ ଉଦ୍ଧାର କରିବାରେ ସଫଳ ହୋଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ହରିପୁର ଡେପୁଟି କମିଶନର ୱାସିମ ଅହମ୍ମଦ କହିଛନ୍ତି ଯେ, ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଅଧିକାଂଶ ଲୋକଙ୍କର ମୃତ୍ୟୁ ନିଆଁରେ ପୋଡ଼ିବା ଅପେକ୍ଷା ବିଷାକ୍ତ ଧୂଆଁ ଯୋଗୁଁ ଅଣନିଶ୍ୱାସୀ ହୋଇ ହୋଇଛି । ଗୁରୁତରମାନଙ୍କୁ ସ୍ଥାନୀୟ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଏହି ବିସ୍ଫୋରଣ କିଭଳି ଘଟିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପାଇପଲାଇନ୍ରେ ବୈଷୟିକ ତ୍ରୁଟି ଥିଲା ନା କୌଣସି ଅବହେଳା କାରଣରୁ ଏହି ବିଭୀଷିକା ଘଟିଲା, ସେନେଇ ପୁଲିସ ଓ ସ୍ୱତନ୍ତ୍ର ଟିମ୍ ତଦନ୍ତ ଜାରି ରଖିଛନ୍ତି । ପାକିସ୍ତାନର ପୁରୁଣା ଗ୍ୟାସ୍ ପାଇପଲାଇନ୍ ଏବଂ ଦୁର୍ବଳ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ସବୁଠି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ