ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ ଏସ୍‌ବିଏନ୍‌ ଭଟିଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିବା ସରକାରୀ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ମାମଲାରେ ଆଉ ୨ ଜଣ ସାକ୍ଷୀଙ୍କର ବୟାନ ରେକର୍ଡ ହୋଇ ନ ଥିବା ସରକାରୀ ଓକିଲ ଦର୍ଶାଇଛନ୍ତି ।ପୁର୍ବରୁ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ । ପୁଞ୍ଜିଲାଲ୍‌ ପିଏଚ୍‌ଡି ପାଇଁ ଥେସିସ୍‌ ପ୍ରଦାନ କରିବା, ସାମ୍ବାଦିକତା ଓ ଗଣଯୋଗାଯୋଗ ପାଇଁ ଚତୁର୍ଥ ସେମିଷ୍ଟାର ପରିକ୍ଷା ଦେବା ସହିତ ଶରୀର ଅସୁସ୍ଥ ଥିବା ଆଦି କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ। ହେଲେ ହାଇକୋର୍ଟ ତାଙ୍କୁ ଜାମିନ ଦେଇ ନ ଥିଲେ ।ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଆସୁଛନ୍ତି ।

  • Related Posts

    ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

    ୧୦/୦୪/୨୦୨୬,ଅନୁଗୋଳ:ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

    Continue reading
    ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

    ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ