ପାଠ୍ୟପୁସ୍ତକ ତ୍ରୁଟି ଘଟଣା: ଓଡ଼ିଶା ସରକାରଙ୍କୁ ପିଏମଓର ଜବାବ ତଲବ

ଭୁବନେଶ୍ଵର : ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଓଡ଼ିଶା ସରକାରଙ୍କୁ କୈଫତ୍ ମାଗିଲା ପିଏମଓ । ବହି ତ୍ରୁଟି ମାମଲାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହସ୍ତକ୍ଷେପ କରିଛି ଏବଂ ଏ ସମ୍ପର୍କରେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କଠାରୁ ଜବାବ ଲୋଡ଼ିଛି । PMOର ନିର୍ଦ୍ଦେଶ କ୍ରମେ, ଶିକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ‘ସ୍କୁଲ୍ ଶିକ୍ଷା ଓ ସାକ୍ଷରତା ବିଭାଗ’ ଓଡ଼ିଶା ‘ସ୍କୁଲ୍ ଓ ଗଣଶିକ୍ଷା ବିଭାଗ’ ନିକଟରୁ ଏହି ବିଷୟରେ ଜବାବ ତଲବ କରାଯାଇଛି ।
ରାଜ୍ୟରେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକର ମୁଦ୍ରଣ ଓ ବଣ୍ଟନ ପଛରେ କୋଟି କୋଟି ଟଙ୍କାର ଦୁର୍ନୀତି ରହିଥିବା ନେଇ ଆରଟିଆଇ (RTI) କର୍ମୀ ପ୍ରଦୀପ ପ୍ରଧାନଙ୍କ ଅଭିଯୋଗ ପରେ PMO ଏହି ପଦକ୍ଷେପ ନେଇଛି । ସରକାରୀ ପ୍ରେସ୍ର ଜଣେ ଡେପୁଟି ଡାଇରେକ୍ଟର ପାହ୍ୟାର ଅଧିକାରୀ ଏହି ଦୁର୍ନୀତି ଚକ୍ରରେ ସାମିଲ ଅଛନ୍ତି ଏବଂ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବା ଆବଶ୍ୟକ । ସେ ଅଭିଯୋଗ କରିଛନ୍ତି ଯେ ବାଣିଜ୍ୟ ବିଭାଗର ଅଧିକାରୀ ହୋଇ ମଧ୍ୟ ଉକ୍ତ ବ୍ୟକ୍ତି ଜଣକ ୨୦୨୨ ମସିହାରୁ ଅନଧିକୃତ ଭାବେ ପାଠ୍ୟପୁସ୍ତକ ମୁଦ୍ରଣ କାର୍ଯ୍ୟ ପରିଚାଳନା କରୁଛନ୍ତି । ଯାହାକି ଆଇନଗତ ଭାବେ ‘ସ୍କୁଲ୍ ଓ ଗଣଶିକ୍ଷା ବିଭାଗ’ର କ୍ଷେତ୍ରାଧିକାର ଅନ୍ତର୍ଭୁକ୍ତ । ଉକ୍ତ ଅଧିକାରୀ ନିଜ ପତ୍ନୀଙ୍କ ମାଲିକାନାରେ ଥିବା ଏକ ଘରୋଇ ସଂସ୍ଥା ମାଧ୍ୟମରେ ଲାଭଜନକ ମୁଦ୍ରଣ ଓ ଯୋଗାଣ ଚୁକ୍ତିନାମାଗୁଡ଼ିକୁ ବ୍ୟବସ୍ଥିତ ଭାବେ ହାସଲ କରୁଥିଲେ । ଯାହା ସ୍ପଷ୍ଟ ଭାବେ ‘ସ୍ୱାର୍ଥର ସଂଘର୍ଷ’ (conflict of interest) ବା ନିଜ ପଦବୀର ଅପବ୍ୟବହାରର ଏକ ଉଦାହରଣ । ଏହା କେବଳ ଗୁଣବତ୍ତା ନିୟନ୍ତ୍ରଣରେ ବ୍ୟାଘାତ ସୃଷ୍ଟି କରି ସରକାରୀ ପାଣ୍ଠିର ଆତ୍ମସାତ୍ କରିନାହିଁ, ବରଂ ଏହା ଫଳରେ ଓଡ଼ିଶାର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପାଇବାକୁ ବାଧ୍ୟ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ