ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’

ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ସମାବେଶରେ ତାଙ୍କ ଅଭିଭାଷଣ ରଖିଛନ୍ତି । ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂରଣ କରିଛି । ୨ ବର୍ଷରେ ମହାପୁରୁଷଙ୍କ ସ୍ବପ୍ନ ପୂରଣ ପାଇଁ ପ୍ରଶଂସନୀୟ ଉଦ୍ୟମ କରିଛନ୍ତି । ରାଷ୍ଟ୍ରପତିଙ୍କୁ ଆଜି ଜନ୍ମଦିନ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଯେ ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହୋଇଛନ୍ତି । ରାଷ୍ଟ୍ରପତିଙ୍କ ଗାଁକୁ ଆସି ଶୁଭକାମନା ଜଣାଇବାର ସୁଯୋଗ ମିଳିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ରାଷ୍ଟ୍ରପତି ପ୍ରତିଷ୍ଠା କରିଥିବା ସ୍କୁଲକୁ ଯାଇ ପିଲାଙ୍କ ସହ ମିଶିଛନ୍ତି ମୋଦି । ମୋଦି କହିଛନ୍ତି ଯେ ପିଲାମାନେ ଆଜି ରାଷ୍ଟ୍ରପତି ନୁହେଁ, ସେମାନଙ୍କ ମାଆ ଆସିଥିବା କହିଲେ । ପାହାଡ଼ପୁରକୁ ‘ସୂର୍ଯ୍ୟଗ୍ରାମ’ ଭାବେ ତିଆରିର ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ । କୋଣାର୍କର ସୂର୍ଯ୍ୟ ମନ୍ଦିର କଥା ସେ ତାଙ୍କ ଅଭିଭାଷଣରେ କହିଛନ୍ତି । ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ, ଲୋକେ ମାଗଣା ସେବା ପାଇବେ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିକାଶ ଦ୍ରୁତ ଗତିରେ ହେଉଥିବାର ସେ କହିଛନ୍ତି । ସବୁ କ୍ଷେତ୍ରରେ ଓଡ଼ିଶାର ବିକାଶ ପାଇଁ ପୁଞ୍ଜି ଆସୁଥିବାର ସେ ସୂଚନା ଦେଇଛନ୍ତି । ଓଡ଼ିଶାର ଯଥେଷ୍ଟ ସାମର୍ଥ୍ୟ ଥିବା ସେ କହିଛନ୍ତି ।

  • Related Posts

    ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି:ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଗରିବ କଲ୍ୟାଣ ଯୋଜନାରେ ସାଧାରଣ ଲୋକଙ୍କ ଜୀବନ ବଦଳୁଛି । ଓଡିଶା ଅର୍ଥ ବ୍ୟବସ୍ଥା ମଜଭୂତ ହେଲେ ଭାରତ ମଜଭୂତ ହେବ । ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁରରେ…

    Continue reading
    ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ଅଭିଭାଷଣ

    ରାଇରଙ୍ଗପୁର: ସମସ୍ତଙ୍କୁ ମୋର ନମସ୍କାର, ଜୁହାର ଆଉ ଅଭିନନ୍ଦନ । ଆଜିର ଏହି ମୂହୁର୍ତ୍ତଟି ଓଡ଼ିଶା ଇତିହାସର ଏକ ସ୍ବର୍ଣ୍ଣାଭ କ୍ଷଣ । ଆଜିର ଏହି ଐତିହାସିକ ଦିନ ଓଡ଼ିଶା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଭାବେ ଲିପିବଦ୍ଧ ହୋଇ ରହିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ