ପିଆରଏମ୍ ମେଡିକାଲରୁ ପିଲା ଚୋରି ଅଭିଯୋଗ

ବାରିପଦା: ପିଆରଏମ୍ ମେଡିକାଲ କଲେଜ ହସ୍ପିଟାଲରୁ ପିଲା ଚୋରି। ରଣିଭୋଲ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ନବଜାତକ ଶିଶୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବାରିପଦା ଟାଉନ୍ ଥାନା ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ସୂଚନା ଅନୁଯାୟୀ, ରଣିଭୋଲ ଅଞ୍ଚଳର ଜନୈକ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀଙ୍କୁ ପିଆରଏମ୍ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଗତକାଲି ତାଙ୍କର ପୁଅଟିଏ ଜନ୍ମ ହୋଇଥିଲା। ଗତକାଲି ଠାରୁ ଅନ୍ୟ ଜଣେ ମହିଳା ସେମାନଙ୍କ ସହ କଥାବାର୍ତ୍ତା ଓ ମିଳାମିଶା କରୁଥିଲା। ସକାଳେ ସେହି ମହିଳା ଜଣକ ନବଜାତକର ବାପାଙ୍କୁ ପିଲା ଜନ୍ମ ହେବା ପରେ ସରକାରୀ ଟଙ୍କା ପାଇଛ କି ନାହିଁ ପଚାରି ପିଲାଟିକୁ ନେଇ ବାହାରକୁ ଆସ ବୋଲି କହିଥିଲା। ନବଜାତକର ବାପା ପିଲାଟିକୁ ନେଇ ବାହାରକୁ ଆସିବା ପରେ ମହିଳା ଜଣଙ୍କ ବିଶ୍ୱାସ ଜନ୍ମାଇ ତାଙ୍କ ଫଟୋ ଉଠାଇଥିଲା। ପିଲାକୁ ମୋତେ ଦେଇ ଆଧାର କାର୍ଡର ଜେରକ୍ସ ଓ ଫଟୋ ଆଣିବାକୁ କହିଥିଲା। ପିଲାର ବାପା ଆଧାର କାର୍ଡ ଆଣିବାକୁ ତାଙ୍କ ସ୍ତ୍ରୀ ଥିବା ବେଡ୍ ପାଖକୁ ଯିବା ସମୟରେ ମହିଳା ଜଣକ ପିଲାକୁ ନେଇ ଫେରାର ହୋଇଯାଇଥିଲା। ଏହାପରେ ନବଜାତକର ପରିବାର ଲୋକେ ଏନେଇ ବାରିପଦା ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ