ପିଇବା ପାଣି ପାଇଁ ଗରା,ବାଲଟି ଧରି ବିକ୍ଷୋଭ

ଦେବଗଡ଼:ପିଇବା ପାଣି ପାଇଁ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଆଜି ତିଲେଇବଣି ବ୍ଲକର ନୂଆଭୁଇଁ ଗ୍ରାମର ଗ୍ରାମବାସୀ ଗରା, ବାଲଟି ଧରି ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀ କାର୍ଯ୍ୟାଳୟ ଘେରାଉ କରିବା‌ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସୂଚନ‌ା ଅନୁଯାୟୀ, ନୂଆଭୁଇଁ ଗ୍ରାମରେ ବସୁଧା ଯୋଜନାରେ ପିଇବା ପାଣି ଯୋଗାଇ ଦିଆଯାଉଥିବା ବେଳେ ପମ୍ପ ଖରାପ ଯୋଗୁଁ ଏହା ବାରମ୍ବାର ବନ୍ଦ ରହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।ସେହିଭଳି ଗ୍ରାମରେ ଦୁଇଟି ନଳକୂପ ରହିଥିବା ବେଳେ ସେଗୁଡିକ ମଧ୍ୟ ଅଚଳ ହୋଇ ପଡିରହିଛି। ଏକ ମାସ ହେବ ପାନୀୟଜଳ ଜଳଯୋଗାଣ ବନ୍ଦ ରହିଥିବା ବେଳେ ବିଭାଗୀୟ ଅଧିକାରୀ ମାନଙ୍କୁ ଜଣାଇବା ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।ସମସ୍ୟାର ସମାଧାନ ନ ‌ହେବାରୁ ଗ୍ରାମବାସୀମାନେ ଆଜି ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମୂଖରେ ଗରା, ବାଲଟି ଧରି ଧାରଣା ଦେଇଥିଲେ। ପରେ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଭାଗୀୟ ଅଧିକାରୀ ପ୍ରତିଶୃତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।

  • Related Posts

    heavy rain in odisha ଅତି ପ୍ରବଳ ବର୍ଷା : ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

    ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିଛି । ପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ, ବନ୍ୟା, ଯାତାୟାତ ବାଧା, ଭୂସ୍ଖଳନ…

    Continue reading
    cm mohan majhi grivance ଆଜି ମୁଖ୍ୟମନ୍ତ୍ରୀଙ୍କ ୨୦ତମ ଅଭିଯୋଗ ଶୁଣାଣି

    ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୨୦ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲିଛି। ଅନଲାଇନରେ ପଞ୍ଜୀକରଣ କରିଥିବା ଏକ ହଜାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଗଣେଶ ରାମ ସିଂ ଖୁଣ୍ଟିଆ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ