ପିପିଲି ଚାନ୍ଦୁଆକୁ ବିଶ୍ୱ ବଜାର ସହ ଯୋଡ଼ିବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର କଳା, ଐତିହ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପ୍ରତୀକ ପିପିଲି ଚାନ୍ଦୁଆ ଶିଳ୍ପର ବିକାଶ ପାଇଁ ଆଜି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହୋଇଛି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପିପିଲି ତହସିଲ ଅନ୍ତର୍ଗତ ଜଗନ୍ନାଥପୁର ମୌଜାରେ ୫ ଏକରରୁ ଅଧିକ ଜମି ଉପରେ ଏକ ଅତ୍ୟାଧୁନିକ ‘ପିପିଲି ଚାନ୍ଦୁଆ ହସ୍ତଶିଳ୍ପ ହବ୍’ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ପ୍ରାୟ 80 କୋଟି ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପ ନିର୍ମାଣ କରାଯିବ।

ଶିଳାନ୍ୟାସ ଅବସରରେ ଉଦ୍‌ବୋଧନ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପିପିଲି ଚାନ୍ଦୁଆ କେବଳ ଏକ ହସ୍ତଶିଳ୍ପ ନୁହେଁ, ଏହା ଓଡ଼ିଆ ଜାତିର ସ୍ୱାଭିମାନ ଓ ‘ଓଡ଼ିଆ ଅସ୍ମିତା’ର ପରିଚୟ। ଏହି କଳା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା ଓ ରଥଯାତ୍ରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ବିଗତ ସରକାରଗୁଡ଼ିକର ଅଦୂରଦର୍ଶିତା ଯୋଗୁଁ ଏହି ବିଶ୍ୱପ୍ରସିଦ୍ଧ କାରିଗରମାନେ ବର୍ଷ ବର୍ଷ ଧରି ନିଜର ହକ୍‌ରୁ ବଞ୍ଚିତ ହେଉଥିଲେ । ଆଜିର ଏହି ଶିଳାନ୍ୟାସ ସେହି ସ୍ୱାର୍ଥପର ରାଜନୀତି ବିରୁଦ୍ଧରେ ଏକ ଦୃଢ଼ ଜବାବ ବୋଲି ମତଦେଇ ଆମ ସରକାର କେବଳ ଶିଳାନ୍ୟାସ କରେନାହିଁ, ବରଂ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ କରି ଉଦ୍‌ଘାଟନ କରିବାର ରେକର୍ଡ ରଖିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ପାଞ୍ଚ ମହଲା ବିଶିଷ୍ଟ ନିର୍ମାଣ ହେବାକୁ ଥିବା ଏହି ସମନ୍ୱିତ “କ୍ରାଫ୍ଟ, କଲ୍ଚର ଆଣ୍ଡ ଟୁରିଜମ୍ ହବ୍”ରେ ୫୦ଟି ବ୍ୟବସାୟିକ ଦୋକାନ, ୬ଟି ସରକାରୀ ସୋ-ରୁମ୍, ଲାଇଭ୍ ଡେମୋନଷ୍ଟ୍ରେସନ୍ କେନ୍ଦ୍ର, ଟ୍ରେନିଂ ସେଣ୍ଟର, ଅଡିଓ-ଭିଜୁଆଲ୍ ଗ୍ୟାଲେରୀ, ମୁକ୍ତ ଆକାଶ ରଙ୍ଗମଞ୍ଚ, ଓଡ଼ିଆ ଫୁଡ୍ କୋର୍ଟ ଭଳି ସମସ୍ତ ଅତ୍ୟାଧୁନିକ ସୁବିଧା ରହିବ। ଏଠାରେ ଚାନ୍ଦୁଆ ସମେତ ଓଡ଼ିଶାର ସମସ୍ତ ୬୪ଟି ଅନୁମୋଦିତ ହସ୍ତଶିଳ୍ପ ଏବଂ ୬ଟି ଜି.ଆଇ. ମାନ୍ୟତାପ୍ରାପ୍ତ କଳାର ପ୍ରଦର୍ଶନ ଓ ବିକ୍ରୟ କରାଯିବ।

ପିପିଲି ବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ପ୍ରକଳ୍ପ ଦ୍ୱାରା ପିପିଲି ଓ ଆଖପାଖ ଅଞ୍ଚଳର ୬ ହଜାରରୁ ଅଧିକ କାରିଗର ସିଧାସଳଖ ଉପକୃତ ହେବେ। କାରିଗରମାନଙ୍କୁ ସୁଲଭ ମୂଲ୍ୟରେ କଞ୍ଚାମାଲ ଯୋଗାଇବା ପାଇଁ ଏଠାରେ ଏକ ‘Raw Material Bank’ ସ୍ଥାପନ କରାଯିବ। ଏହାସହ ଇ-କମର୍ସ ଯୁଗକୁ ଲକ୍ଷ୍ୟ କରି କାରିଗର, ବିଶେଷ କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (WSHG)ର ମାଆ ଓ ଭଉଣୀମାନଙ୍କୁ ଡିଜିଟାଲ୍ ମାର୍କେଟିଂ ଏବଂ ପ୍ୟାକେଜିଂର ପ୍ରଶିକ୍ଷଣ ଦିଆଯାଇ ସଶକ୍ତ କରାଯିବ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଭୋକାଲ ଫର ଲୋକାଲ’ ମନ୍ତ୍ରରେ ଅନୁପ୍ରାଣିତ ହୋଇ ପିପିଲି ଚାନ୍ଦୁଆକୁ ବିଶ୍ୱ ବଜାର ସହ ଯୋଡ଼ିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ୨୦୩୬ ଓଡ଼ିଶା ଗଠନର ଶତବାର୍ଷିକୀ ଓ ୨୦୪୭ ସ୍ୱାଧୀନତାର ଶତବର୍ଷ ପୂର୍ତ୍ତିକୁ ଆଖି ଆଗରେ ରଖି ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ଦିଗରେ ଏହି ହବ୍ ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଚାନ୍ଦୁଆ ଶିଳ୍ପୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ସମ୍ମାନିତ କରିଥିଲେ।

ଅନ୍ୟତମ ଅତିଥି ଭାବେ ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ପିପିଲି ଚାନ୍ଦୁଆ ହେଉଛି ଓଡିଶାର ଗର୍ବ ଓ ଗୌରବ। ଏହା ଆମ ପାରମ୍ପରିକ ଐତିହ୍ୟର ସୌରଭ। ଆମ ଅସ୍ମିତାର ନିଦର୍ଶନ। ଏହି ଚାନ୍ଦୁଆ ହବ୍ ପିପିଲିର ଅର୍ଥନୀତିକୁ ନୂଆ ଶକ୍ତିଦେବ। ରାଜ୍ୟର ପ୍ରତିଟି କାରିଗର ଓ ବୁଣାକାରଙ୍କ ବିକାଶ ଓ ସମୃଦ୍ଧି ପାଇଁ ଆମ ସରକାର ଅଙ୍ଗୀକାରବଦ୍ଧତାର ସହ କାମ କରୁଛନ୍ତି। ବୁଣାକାର ଓ କାରିଗର ମାନଙ୍କର ଜୀବନ ଜୀବିକାର ସମୃଦ୍ଧି ପାଇଁ କଞ୍ଚାମାଲ, ବିପଣନ ଓ ଭିତ୍ତିଭୂମି ବିକାଶକୁ ଆମ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ସେ କହିଥିଲେ।

ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର ପିପିଲି ବାସୀଙ୍କର ବହୁ ଦିନର ଆଶା ପୂରଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହା ସହିତ ଭୁବନେଶ୍ବର-କଟକ-ପୁରୀ-ପାରାଦୀପର ସାମଗ୍ରିକ ବିକାଶ ସହିତ ଓଡିଶାର ଆର୍ଥିକ ବ୍ୟବସ୍ଥାର ଅଭିବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ପ୍ରଚେଷ୍ଠାରେ BCPPER ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଥିବାରୁ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ସ୍ବାଗତ ଭାଷଣ ପ୍ରଦାନ କରି ପିପିଲି ବାସୀଙ୍କୁ ଏହି ଅମୂଲ୍ୟ ଭେଟି ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ପୁରୀ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ସତ୍ୟବାଦୀ ବିଧାୟକ ଶ୍ରୀ ଓମ୍ ପ୍ରକାଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଏବଂ ଜିଲ୍ଲାପାଳ ପୁରୀ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ