ପୁଣି ଓଡ଼ିଶା ଆସିବେ ଅମିତ୍‌ ଶାହ

ଭୁବନେଶ୍ୱର: ପୁଣି ଓଡ଼ିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ । ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଗସ୍ତରେ ଶାହ ଓଡ଼ିଶାରେ ପହଞ୍ଚିବେ । ସମ୍ବଲପୁରରେ ତାଙ୍କର କାର୍ୟ୍ୟକ୍ରମ ଅଛି । ଏକ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ସେ ଆସୁଛନ୍ତି । ତେବେ ଦୁଇ ଦିନ ଓଡ଼ିଶାରେ ରହିବାର କାର୍ୟ୍ୟକ୍ରମ ଥିବାରୁ ଦଳୀୟ ସଂଗଠନକୁ ବଳୁଆ କରିବାକୁ ନେତାଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ବର୍ଷ ଶେଷରେ ଶାହଙ୍କ ଗସ୍ତକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ସଂଗଠନ ସହିତ ମନ୍ତ୍ରିମଣ୍ଡଳ ସଂପ୍ରସାରଣକୁ ନେଇ ସମ୍ବଲପୁରରେ ଆଲୋଚନା ହୋଇପାରେ । ଏଥିପାଇଁ ସବୁ ବଡ଼ ନେତା ଓ ଦଳୀୟ ପଦାଧିକାରୀ ସେଠାକୁ ଯିବେ ବୋଲି ଶୁଣିବାକୁ ମିଳୁଛି । ସେହିଭଳି ଆସନ୍ତା ୨୫ ତାରିଖରେ ବାଜପେୟୀଙ୍କ ଜୟନ୍ତୀକୁ ସୁଶାସନ ଦିବସ ଭାବେ ପାଳିବେ ସରକାର ।

ଆସନ୍ତାବର୍ଷ ତାଙ୍କର ଜନ୍ମ ଶତବାର୍ଷିକୀ ପାଳନ ପାଇଁ ଚଳିତ ବର୍ଷଠାରୁ ବିଭିନ୍ନ କାର୍ୟ୍ୟକ୍ରମ ଆୟୋଜନ ହେବ । ଏଥିପାଇଁ ଆସନ୍ତା ୨୫ ତାରିଖରେ ପ୍ରତି ଜିଲ୍ଲାରେ ଏବଂ ରାଜ୍ୟସ୍ତରରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମ ଆୟୋଜନ କରାଯିବ । ଓୟୁଏଟି ସମ୍ମିଳନୀ କକ୍ଷରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସାମିଲ ହେବେ। ମନ୍ତ୍ରୀମାନେ ଜିଲ୍ଲାସ୍ତରୀୟ କାର୍ୟ୍ୟକ୍ରମରେ ଯୋଗ ଦେବେ ବୋଲି ସୂଚନା ମିଳିଛି ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ