ପୁଣି ଜନନୀ ଯନ୍ତ୍ରଣା , ବାଟରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ଗର୍ଭବତୀ

ରାୟଗଡ଼ା : ପୁଣି ଜନନୀ ଯନ୍ତ୍ରଣା, ଗାଁକୁ ଆମ୍ବୁଲାନ୍ସ ଯାଇ ପାରିଲାନି, ଚାଲି ଚାଲି ମେଡ଼ିକାଲ ଗଲାବେଳେ ଅଧା ବାଟରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ଗର୍ଭବତୀ। ରାୟଗଡ଼ା ଜିଲ୍ଲାରୁ ଆସିଛି ଏ ଅଭାବନୀୟ ଚିତ୍ର। ରାସ୍ତାରେ କାଦୁଅ ଥିବାରୁ ଆମ୍ବୁଲାନ୍ସ ଆସିପାରିଲା ନାହିଁ। ଅଧା ବାଟରେ ପ୍ରସବ କଲେ ପ୍ରସୂତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ଚାଞ୍ଚଡା ଗାଁରେ। ସୁନିଲ ପ୍ରାସ୍କାଙ୍କ ସ୍ତ୍ରୀ ବନିତା ରାତି ୩.୧୫ ସମୟରେ ପ୍ରସବ ଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚି ଥିଲେ ସୁଦ୍ଧା ଗାଁକୁ ରାସ୍ତା ନଥିବାରୁ ଆସିପାରିନଥିଲା। ଆମ୍ବୁଲାନ୍ସ ନିକଟକୁ ଚାଲି ଚାଲି ଯିବା ବେଳ ବାଟରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ବର୍ତମାନ ଶିଶୁ ଓ ମାଆକୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି। ଉଭୟ ସୁସ୍ଥ ଥିବା ଜଣା ପଡ଼ିଛି। ଛାଞ୍ଚଡା ସାହିରୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯିବାପାଇଁ ମାତ୍ର ୩ କିଲୋମିଟର। ରାସ୍ତା ନଥିବାରୁ ଲୋକେ ବିଲ ହୁଡ଼ା ଦେଇ ଯାତାୟତ କରିଛନ୍ତି।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ