ପୁଣି ବାତ୍ୟା ଭୟ

ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ୧୩ ଅକ୍ଟୋବର ବେଳକୁ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ବ୍ୟତୀତ, ପାଖାପାଖି ୧୫ ଅକ୍ଟୋବର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ଏବଂ ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆମେରିକୀୟ ମଡେଲ ଏୠଝ ଓ ୟୁରୋପିୟ ମଡେଲ ଋଉଗଡୠ ଉଭୟ ଅକ୍‌ଟୋବରରେ ବଙ୍ଗୋପସାଗର ବାତ୍ୟା ନେଇ ଆକଳନ କରିଛନ୍ତି। କେବଳ ସେତିକି ନୁହେଁ ଉଭୟ ମଡେଲ ବର୍ତ୍ତମାନ ଦଶହରା ସମୟରେ ବଙ୍ଗୋପସାଗରରେ ବାତ୍ୟା ଓଡ଼ିଶା ମୁହାଁ ହେବା ମଧ୍ୟ ସୂଚାଉଛନ୍ତି। ପୂର୍ବରୁ ୨୦୧୪ ଅକ୍ଟୋବର ୧୨ରେ ହୁଡୁହୁଡ, ୨୦୧୩ ଅକ୍ଟୋବର ୧୧ରେ ଫାଇଲିନ, ୨୦୧୮ ଅକ୍ଟୋବର ୧୦ରେ ତିତିଲି, ଆଉ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଓଡ଼ିଶାରେ ଅନେକ କ୍ଷୟ କ୍ଷତି କରିଥିବା ବେଳେ ବର୍ତ୍ତମାନର ଅକ୍ଟୋବର ମାସର ଆକଳନ ଓଡ଼ିଶାବାସୀଙ୍କ ପାଇଁ ଆଉ ଏକ ନୂଆ ଡର ସୃଷ୍ଟି କରିଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ

    ବୈଶିଙ୍ଗା: ଶୌଚ ହେବାକୁ ଗାଁ ନିକଟ ସୁବର୍ଣ୍ଣରେଖା କେନାଲକୁ ଯାଇଥିଲେ। ହେଲେ ଅସାବଧାନତାବଶତଃ ପାଣିରେ ବୁଡ଼ି ଚାଲିଗଲା ଜୀବନ। ବେତନଟୀ ଥାନା ବଡ଼ଜାମବଣି ଫାଣ୍ଡି ଅଧୀନ ଧୋବଣିଶୋଳ ଗ୍ରାମରେ ଏଭଳି ଏକ ଅଘଟଣ ଘଟିଛି । ମୃତକ ହେଉଛନ୍ତି ଧୋବଣିଶୋଳ ଗ୍ରାମର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ