ପୁଣି ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ହେବା ସମ୍ଭାବନା। ଓଡ଼ିଶାରେ ଏହାର ପ୍ରଭାବ କ’ଣ ରହିବ ସ୍ପଷ୍ଟ ସୂଚନା ନାହିଁ ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ। ତେବେ ସୁନ୍ଦରଗଡ଼, ଝାରସୁଗୁଡା ଏବଂ ବରଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ସର୍ବାଧିକ ୬୦ କିଲୋମିଟର ରହିବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଏବଂ ଦେବଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ପାଣିପାଗ କେନ୍ଦ୍ରର ରେକର୍ଡ ଅନୁଯାୟୀ ଗତ ୨୪ ଘଣ୍ଟାରେ ଗଜପତି ଜିଲା ମହେନ୍ଦ୍ରଗିରିଠାରେ ସର୍ବାଧିକ ୨୪୯.୯ ମି.ମି. ବର୍ଷା ରେକର୍ଡ ହୋଇଥିଲା। କୋରାପୁଟ ଜିଲା ପଟ୍ଟାଙ୍ଗୀଠାରେ ୧୮୮ ମି.ମି., ଗଜପତି ଜିଲା ମୋହନାଠାରେ ୧୬୮.୮ ମି.ମି., ଗଞ୍ଜାମରେ ୧୬୧.୪ ମି.ମି., କୋରାପୁଟର ସିମିଳିଗୁଡାଠାରେ ୧୪୩.୧ ମି.ମି., ଗଞ୍ଜାମର ଦିଗପହଣ୍ଡିଠାରେ ୧୩୯.୫ ମି.ମି., ଗଜପତିର ଗୁମ୍ମାଠାରେ ୧୩୫ ମି.ମି., ଗଞ୍ଜାମର ବ୍ରହ୍ମପୁରଠାରେ ୧୩୧.୪ ମି.ମି., ଗଜପତିର ଗୋଷାଣୀରେ ୧୨୮ ମି.ମି., ଗଞ୍ଜାମର କୁକୁଡାଖଣ୍ଡିଠାରେ ୧୨୭ ମି.ମି., ସାନଖେମୁଣ୍ଡିରେ ୧୧୪ ମି.ମି., ଗଜପତିର କାଶୀନଗରରେ ୧୦୭.୨ ମି.ମି. ବର୍ଷା ରେକର୍ଡ ହୋଇଥିଲା।

  • Related Posts

    ବାଘ ଛାଲ ଜବତ ଘଟଣାରେ ୭ ଜଣଙ୍କୁ ଗିରଫ କଲେ ବନ ବିଭାଗ

    ଭବାନୀପାଟଣା:ସୂଚନାଯୋଗ୍ୟ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ର କର୍ଲାପାଟ ଥାନା ଅନ୍ତର୍ଗତ ପାନଭଟା ଗାଁ ନିକଟରୁ ଗତ ୨୫ ତାରିଖ ଦିନ ୨ ଟି କଲରାପତରିଆ ବାଘ ଛାଲ ଏସଟିଏଫ ଏବଂ ବନ ବିଭାଗ ଦ୍ୱାରା ଜବତ ହୋଇଥିଲା। ଆଜି କଲରାପତରିଆ ବାଘ…

    Continue reading
    ଭୂସ୍ଖଳନରେ ଶିଶୁ ସମେତ ୩ ମୃତ, ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା

    ‘ଅର୍ଣ୍ଣବ’ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରାଇକିଆ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଦୁଇ ଦିନ ଧରି ଲାଗି ରହିଥିବା ଅବିଶ୍ରାନ୍ତ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଜନଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି