ପୁନେରେ ସୋଆ ପୁରାତନ ଛାତଛାତ୍ରୀଙ୍କ ସମାବେଶ

ଭୁବନେଶ୍ୱ : ନିଜ ଶିକ୍ଷାନୁଷ୍ଠାନ, କ୍ୟାମ୍ପସ୍ ଓ ବନ୍ଧୁମାନଙ୍କର ପୁରୁଣା ସ୍ମୃତିକୁ ତାଜା କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ରଛାତ୍ରୀଙ୍କର ଏକ ସମାବେଶ ଗତ ରବିବାର ପୁନେରେ ଆୟୋଜିତ ହୋଇଯାଇଛି । ବିିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ସୋଆ ଆଲୁମିନାଇ ଆସୋସିଏସନ୍ର ମୁମ୍ବାଇ-ପୁନେ ଶାଖା ପକ୍ଷରୁ ଏହି ସମାବେଶ ଆୟୋଜନ କରାଯାଇଥିଲା ।
ସମାବେଶରେ ବହୁ ପୁରାତନ ଛାତ୍ରଛାତ୍ରୀ ଖୁବ୍ ଉତ୍ସାହର ସହ ସାମିଲ ହୋଇଥିବା ବେଳେ ପୁରୁଣା ବନ୍ଧୁମାନଙ୍କ ସହ ନିଜର ସ୍ମୃତି ସାଉଁଟି ଥିଲେ ଏବଂ ବିଭିନ୍ନ କ୍ଷେତ୍ରରେ ସହଯୋଗିତା ଦ୍ୱାରା ଭବିଷ୍ୟତରେ କିଭଳି ଅଧିକ ସୁଯୋଗ ସୃଷ୍ଟି କରାଯାଇପାରିବ ସେ ବିଷୟରେ ଆଲୋଚନା କରିଥିଲେ ।
ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ସମାବେଶରେ ଯୋଗ ଦେବା ସହ ପୁରାତନ ଛାତ୍ରଛାତ୍ରୀମାନଙ୍କୂ ବିଶ୍ୱବିଦ୍ୟାଳୟର ଅଭିବୃଦ୍ଧି ଏବଂ ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଇଥିଲେ । ନିଜ ନିଜ କ୍ଷେତ୍ରରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଫେସର ନନ୍ଦ ଅନ୍ୟମାନଙ୍କୁ ସଫଳତାର ସଠିକ୍ ରାସ୍ତା ଦେଖାଇବା ସହ ଗବେଷଣା, ସହଭାଗିତା ସମ୍ପର୍କିତ ସୁଯୋଗ ଏବଂ ଶିକ୍ଷାନୁଷ୍ଠାନର ବିକାଶ ସମ୍ପର୍କରେ ସହଯୋଗ କରିବା ନିମନ୍ତେ ପ୍ରୋତ୍ସାହିତ କରିଥିଲେ ।
ସୋଆର କର୍ପୋରେଟ ରିଲେସନ୍ସ ଆଣ୍ଡ ଇଣ୍ଡଷ୍ଟି୍ର ଏନଗେଜମେଂଟର ନିଦେ୍ର୍ଧଶକ ଶ୍ରୀ ରୀପ୍ତି ରଞ୍ଜନ ଦାଶ ଏବଂ କମ୍ପୁ୍ୟଟର ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ସିନିୟର ଫ୍ୟାକଲ୍ଟି ପ୍ରଫେସର ସାରଦା ପ୍ରସନ୍ନ ପତିଙ୍କ ସମେତ ଅନ୍ୟ ସ୍ୱତନ୍ତ୍ର ଅତିଥି ଏବଂ ଫ୍ୟାକଲ୍ଟି ମେମ୍ବରମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।
ସୋଆ ଆଲୁମିନାୟୀଜ୍ର ସଭାପତି ଡକ୍ଟର ସୁସ୍ମିତା ପଣ୍ଡା, ସମ୍ପାଦକ ଡକ୍ଟର ଶକ୍ତିକେତନ ପୃଷ୍ଟି, ଆବାହକ ଶ୍ରୀ ଅଭିଷେକ ପଟ୍ଟନାୟକ ଏବଂ କୋର କମିଟି ସଦସ୍ୟ ଡକ୍ଟର ଶ୍ୱେତାରାଣୀ ବିଶ୍ୱାଳ ଆଲୁମିନାଇ ଆସୋସିଏସନ୍ର ଆଗାମୀ ପଦକ୍ଷେପ ସମ୍ପର୍କରେ ତଥ୍ୟ ରଖିଥିଲେ ।

Related Posts

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି…

Leave a Reply

Your email address will not be published. Required fields are marked *

You Missed

ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା