ପୁରୀ ଜଗନ୍ନାଥ ବଲ୍ଲଭ ମଲ୍ଟି ଲେବଲ୍ କାର ପାର୍କିଂର ପ୍ରଥମ ମହଲାରୁ ଖସିଲା ବୋଲେରୋ

ପୁରୀ,24/08: ପୁରୀ ଜଗନ୍ନାଥ ବଲ୍ଲଭ ମଲ୍ଟି ଲେବଲ୍ କାର ପାର୍କିଂର ପ୍ରଥମ ମହଲାରୁ ଏକ ବୋଲେରୋ ଗାଡ଼ି ତଳକୁ ଖସି ପଡ଼ିବାରୁ ଗାଡ଼ି ଡ୍ରାଇଭର ଗୁରୁତର ଆହତ ହୋଇ ପୁରୀ ମେଡିକାଲରେ ଚିକିତ୍ସାଧିନ ଥିବା ଜଣାପଜିଛି। ଗାଡ଼ିଟି ସମ୍ପୂର୍ଣ ଭାଙ୍ଗି ଯାଇଛି। ଆହତ ହୋଇଥିବା ଡ୍ରାଇଭର ହେଉଛନ୍ତି ଭଦ୍ରକ ଧାମରା ମେରାଇନ ଥାନା ବଳଭଦ୍ରପ୍ରସାଦ ଗ୍ରାମର ସଞ୍ଜୟ ସେଠୀ। ତେବେ କିଭଳି କେଉଁ ପରିସ୍ଥିିତିରେ ଗାଡିଟି ଏକ ମହଲାରୁ ତଳକୁ ଖସି ପଡିଲା ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ଅନ୍ୟ ପଟେ ଶ୍ରୀ ଜଗନ୍ନାଥ ବଲ୍ଲଭ ମଲ୍ଟି ଲେବଲ କାର ପାର୍କିଂର ଛାତ ଯେଉଁ ଜାଗାରୁ ବୋଲେରୋ ତଳକୁ ଖସି ପଡ଼ିଛି ସେହି ପଟେ ଛାତରେ ସୁରକ୍ଷା ପ୍ରାଚୀର ନଥିଲା। ଯଦି ସୁରକ୍ଷା ପ୍ରାଚୀର ଥାନ୍ତା ତେବେ ଏହିଭଳି ଅଘଟଣ ହୋଇନଥାନ୍ତା ବୋଲି ସାଧାରଣ ଜନତା ମତ ଦେଇଛନ୍ତି। କାର ପାର୍କିଂରେ ଚାରିପଟେ ସୁରକ୍ଷା ପ୍ରାଚୀର ରହିବା ଦରକାର। ହେଲେ କାର ପାର୍କିଂରେ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଥିବା ଜଣାପଡ଼ିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ