ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ତଥା ସମାଜସେବୀ ଡ. ବିଶ୍ୱନାଥ ରଥଙ୍କ ପରଲୋକରେ ରାଜ୍ୟ ସଭାପତିଙ୍କ ଶୋକ

ଭୁବନେଶ୍ୱର, ୨୧/୧୦: ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ତଥା ସମାଜସେବୀ ଡ. ବିଶ୍ୱନାଥ ରଥଙ୍କ ପରଲୋକ ଘଟିଛି । ତାଙ୍କ ପରଲୋକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସ୍ୱର୍ଗତଃ ରଥ ଜଣେ ମିଷ୍ଟଭାଷୀ, ଉତ୍ସର୍ଗୀକୃତ କର୍ମୀ, ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ଜନସାଧାରଣଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ । ସ୍ୱର୍ଗତଃ ରଥ ପୂର୍ବତନ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ହେବା ସହ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଥିଲେ । ଭାରତ ସରକାରଙ୍କ ନାରିକେଳ ବିକାଶ ବୋର୍ଡର ପୂର୍ବତନ ଉପାଧ୍ୟକ୍ଷ ଥିଲେ । ତାଙ୍କ ବିୟୋଗ ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସ୍ୱର୍ଗତଃ ରଥଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ