ପୁଲିସ ଇନଫର୍ମର ସନ୍ଦେହରେ ଯୁବକକୁ ନିର୍ମମ ଭାବେ ହତ୍ୟା କଲେ ନକ୍ସଲ

ମାଲକାନଗିରି,29/08: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ରକ୍ତମୁଖା ନକ୍ସଲ ପୁଣି ଜଣେ ଆଦିବାସୀ ଯୁବକକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଘଟଣା ଅନୁଯାୟୀ ବିଜାପୁର ଥାନା ଅନ୍ତର୍ଗତ ମାନକେଲି ଗ୍ରାମରେ ଗତକାଲି ରାତିରେ ସଶସ୍ତ୍ର ନକ୍ସଲ ପହଞ୍ଚି ଗ୍ରାମର ଯୁବକ ସୁରେଶ କୋରସାଙ୍କୁ ଖୋଜିଥିଲେ। ସୁରେଶଙ୍କର ଘର ପାଇବା ପରେ ତାଙ୍କୁ ଅପହରଣ କରି ନେଇ ଜଙ୍ଗଲରେ ନିର୍ଦ୍ଧୁମ ପିଟିଥିଲେ। ପୁଲିସ ଇନଫର୍ମର ଦର୍ଶାଇ ତାକୁ ହତ୍ୟା କରିଥିଲେ। ଏହି ଘଟଣା ପରେ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡିଛନ୍ତି। ଗୋଟିଏ ଦିନ ତଳେ ଜଣେ ଶିକ୍ଷାଦୂତକୁ ସୁକମା ଅଞ୍ଚଳରେ ହତ୍ୟା କରି ନିଜର ଉପସ୍ଥିତି ଜାହିର କରିଥିବା ବେଳେ ଏବେ ପୁଣି ବିଜାପୁରରେ ହିଂସା ଘଟାଇ ନକ୍ସଲ ପୁଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ପୁଲିସ ଘଟଣା ସ୍ଥଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ