ପୂର୍ତ୍ତ ବିଭାଗ ଅଧୀନରେ ସମସ୍ତ ସଡ଼କ ନିର୍ମାଣ ସମୟରେ ବୃକ୍ଷରୋପଣ ବାଧ୍ୟତାମୂଳକ , ନିର୍ମାଣ ଖର୍ଚ୍ଚର ୧% ରେ ହେବ ବୃକ୍ଷରୋପଣ

ଭୁବନେଶ୍ୱର ୩୧/୧୦/୨୦୨୫: ସଂପ୍ରତି ଜଳବାୟୁ ପରିବର୍ତ୍ତନ ଏବଂ ପରିବେଶ ପ୍ରଦୂଷଣ ବିଶ୍ୱରେ ଏକ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି । ଦ୍ରୁତ ସହରୀକରଣ ଓ ଜଙ୍ଗଲ ହ୍ରାସ ଯୋଗୁଁ ଏହାର କୁପ୍ରଭାବ ସାରା ମାନବ ସମାଜ ଓ ଜୀବଜଗତ ଉପରେ ପରିଲକ୍ଷିତ ହେଉଛି । ତେଣୁ ଏହି ସମସ୍ୟାର ମୁକାବିଲା କରିବା ଏବଂ ଓଡ଼ିଶାକୁ ପରିବେଶ ଅନୁକୂଳ ରାଜ୍ୟ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଯେଉଁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ, ତାହାକୁ କାର୍ଯ୍ୟକାରୀ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନକୁ ଅନୁପାଳନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସାମଗି୍ରକ ପ୍ରଗତି ପଥରେ ଅଗ୍ରସର ହେଉଛି । ଏହି କ୍ରମରେ ସାରା ରାଜ୍ୟରେ ପୂର୍ତ୍ତ ବିଭାଗ ଅଧୀନରେ ନୂଆକରି ନିର୍ମାଣ ହେବାକୁ ଥିବା ପ୍ରତ୍ୟେକ ରାଜପଥ, ଜିଲ୍ଲା ମୁଖ୍ୟ ସଡ଼କ, ଅନ୍ୟାନ୍ୟ ସମସ୍ତ ସଡ଼କ ନିର୍ମାଣ ସମୟରେ ବୃକ୍ଷରୋପଣକୁ ବାଧ୍ୟତାମୂଳକ କରାଯିବା ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ଏଥିନେଇ ବିଭାଗ ପକ୍ଷରୁ ନିର୍ମାଣ ହେବାକୁ ଥିବା ରାସ୍ତାର ଉଭୟ ପାଶ୍ୱର୍ ଏବଂ ଡିଭାଇଡର ମଝିରେ ଥିବା ଖାଲିସ୍ଥାନରେ ବ୍ୟାପକ ବୃକ୍ଷରୋପଣ କରାଯିବା ନେଇ ଇଆଇସି (ସଭିଲ୍‌ ତଥା ରୋଡସ୍‌), ଇଆଇସି (ଏନ୍‌ଏଚ୍‌), ଏମ୍‌.ଡି, ଓବିସିସିଙ୍କୁ ଚିଠି ଜରିଆରେ ଅବଗତ କରାଯାଇଛି । ଗ୍ରୀନ୍‌ କରିଡର ବିକାଶ ଓ ପରିଚାଳନା ଲକ୍ଷ୍ୟ ନେଇ ସବୁ ରାସ୍ତାକଡ଼ରେ ବୃକ୍ଷ ରୋପଣ କରାଯିବ । ଏହି କ୍ରମରେ ରାସ୍ତା ନିର୍ମାଣ ସମୟରେ ନିର୍ମାଣ ବ୍ୟୟର ଅତିରିକ୍ତ ୧ ପ୍ରତିଶତ ଅର୍ଥରାଶି ବୃକ୍ଷରୋପଣ ଏବଂ ରକ୍ଷଣାବେକ୍ଷଣ ବାବଦରେ ଖର୍ଚ୍ଚ କରିବା ନେଇ ମାର୍ଗଦର୍ଶିକା ଜାରି କରାଯାଇଛି । ଏହାଦ୍ୱାରା ଅଙ୍ଗାରକାମ୍ଳ ଅବଶୋଷଣ ଓ ଅମ୍ଳଜାନ ସ୍ତର ବୃଦ୍ଧି ସହ ବାୟୁ ପ୍ରଦୂଷଣକୁ କମ୍‌ କରିହେବ । ଏହି ବୃକ୍ଷରୋପଣ ଶବ୍ଦ ପ୍ରଦୂଷଣକୁ କମ୍‌ କରିବା ସହ ମୃର୍ତ୍ତିକା କ୍ଷୟକୁ ରୋକିବା ଏବଂ ବାୟୁର ମାନକ ବୃଦ୍ଧି କରିବା ସହ ଖରାଦିନେ ଆଖପାଖ ଅଞ୍ଚଳରେ ଶୀତଳତା ସୃଷ୍ଟି କରିବାରେ ସହାୟକ ହେବ । ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ପୂର୍ବରୁ ନିର୍ବାଚନରେ ଦେଇଥିବା ପ୍ରତିଶ୍ରୁତି ମୁତାବକ ବ୍ୟାପକ ବନୀକରଣ ସହ ଜଳବାୟୁ ପରିବର୍ତ୍ତନରେ ମୁକାବିଲା ଦିଗରେ କାର୍ଯ୍ୟ କରୁଛନ୍ତି । ଏହି ପରିପ୍ରେକ୍ଷିରେ ରାସ୍ତା ପାଶ୍ୱର୍ରେ ବୃକ୍ଷରୋପଣ ନିଷ୍ପତ୍ତି ମୃତ୍ତିକା ସଂରକ୍ଷଣ ଓ ବିଭିନ୍ନ ପ୍ରଦୂଷଣକୁ କମ୍‌ କରିବା ଦିଗରେ କାର୍ଯ୍ୟ କରିବ । ପରିବେଶ ସନ୍ତୁଳନ ରକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ଏବଂ ସମଗ୍ର ଦେଶରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହୋଇପାରିବ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ