ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର ; ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଯେତେବେଳେ କଟକ ଗସ୍ତରେ ଯାଆନ୍ତି, ସେତେବେଳେ ସେ ଅସୁସ୍ଥ ସମୀର ଦେ ଙ୍କୁ ଭେଟି ଥାଆନ୍ତି। ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବା ବେଳେ, ମୁଖ୍ୟମନ୍ତ୍ରୀ ସମୀର ଦେ ଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ।

Related Posts

ଖରା ଛୁଟି ସରିବା ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି:ମନ୍ତ୍ରୀ

ଭୁବନେଶ୍ଵର : ଖରା ଛୁଟି ସରିବା ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା। ମନ୍ତ୍ରୀ କହିଛନ୍ତି ଯେ, ୯୦ ପ୍ରତିଶତ ବହି ଛପା ସରିଲାଣି, ପିଲାଙ୍କ ପାଖରେ ପହଞ୍ଚୁଛି। ବାକି…

Continue reading
ଓଡିଶାର ଭିତ୍ତିଭୂମି ବିକାଶର ଏକ ନୂତନ ଅଧ୍ୟାୟ ଆରମ୍ଭ ହେଉଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କେନ୍ଦ୍ର କ୍ୟାବିନେଟ ବୈଠକରେ କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ଦ୍ୱାରା ରାମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ୮ ହଜାର ୩୦୦ କୋଟି ଟଙ୍କାର ଉପକୂଳ ରାଜପଥକୁ ଅନୁମୋଦନ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ