ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ଭଦ୍ରକ:  ପୂର୍ବତନ ସରପଞ୍ଚ ତଥା ସମବାୟ ସେବା ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତଙ୍କୁ ହତ୍ୟା  । ନାଳରୁ ଚିତ୍ତ ରଞ୍ଜନଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ତାଙ୍କ ମୁଣ୍ଡର ପଛ ପଟେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧ ଗାଁରେ ଏଭଳି ଘଟଣା ଘଟିଛି ।
ଚିତ୍ତ ରଞ୍ଜନ ରାଉତ ମଙ୍ଗଳବାର ଗାଁର ଏକ ଅଷ୍ଟପ୍ରହରୀକୁ ଯାଇଥିଲେ । ସେଠାକୁ ଯାଇ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ତାଙ୍କ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ହେଲେ ତାଙ୍କର କୌଣସି ପତ୍ତା ମିଳିନଥିଲା । ତେବେ ବୁଧବାର ସକାଳୁ ଘର ପାଖ ଏକ ନାଳରେ ଚିତ୍ତ ରଞ୍ଜନଙ୍କ ରକ୍ତାକ୍ତ ମୃତଦେହ ଦେଖିବାକୁ ପାଇଥିଲେ ଗାଁ ଲୋକେ । ଏହା ଦେଖି ତୁରନ୍ତ ତାଙ୍କ ପରିବାର ଲୋକ ଏବଂ ପୋଲିସଙ୍କୁ ଖବର ଦେଇଥିଲେ । ଖବର ପାଇ ଉଭୟ ଘଟଣାସ୍ଥଳରେ ପହଞ୍ଚିଥିଲେ । ପୋଲିସ ଚିତ୍ତ ରଞ୍ଜନଙ୍କ ମୃତଦେହକୁ ନାଳରୁ ଉଦ୍ଧାର କରିଥିବା ବେଳେ ମୁଣ୍ଡର ପଛ ପଟେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି । ତେଣୁ ଏନେଇ ମୃତକଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ କରି ତଦନ୍ତ ପାଇଁ ଦାବି କରିଛନ୍ତି । ଚିତ୍ତ ରଞ୍ଜନଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଉକ୍ତ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ଚଳାଇଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ