ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ । ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବାସଭବନକୁ ଯାଇଁ ଭେଟିଛନ୍ତି ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ । ବିଭିନ୍ନ ପ୍ରସଙ୍ଗ ନେଇ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ତେବେ ମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଦିଲ୍ଲୀପ ରାୟ କହିଛନ୍ତି ଯେ, ରାଉରକେଲାରେ ଗ୍ଲାସ ବ୍ରିଜ, ଝୁଲା ବ୍ରିଜ ଓ ରିଙ୍ଗ ନେଇ ମାନ୍ୟବର ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛି । ଦୁର୍ଗା ପୂଜା ସୁଦ୍ଧା ବ୍ରିଜ କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ଦୁଇ ମାସ ତଳେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ନେଇ ଦିଲ୍ଲୀପ ରାୟ କହିଛନ୍ତି ଯେ, ଓଡ଼ିଶାର ବିକାଶମୂଳକ କାର୍ୟ୍ୟ ନେଇ ଆଲୋଚନା ହୋଇଛି । ଏହାପରେ ସାମ୍ବାଦିକମାନେ ଦିଲ୍ଲୀପ ରାୟଙ୍କୁ ରାଜ୍ୟସଭାକୁ ଯିବାକୁ ନେଇ ପ୍ରଶ୍ନ ପଚାରିଥିଲେ । ହେଲେ ଏହାକୁ ସେ ଏଡ଼ାଇ ଦେଇଥିଲେ । ଆଉ କହିଥିଲେ କି ଏପରି କିଛି ଚର୍ଚ୍ଚା ନାହିଁ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ