ପେପର୍ ଲିକ୍ ଘଟଣା: କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଦେବଗଡ଼:ନିଟ ଓ ସିବିଏସଇ ପେପର୍ ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟୀ କରିବା ସହ ତାଙ୍କର ଇସ୍ତଫା ଦାବି କରିଛି କଂଗ୍ରେସ। ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଉକ୍ତ ଘଟଣାରେ କେନ୍ଦ୍ରମନ୍ତ୍ରୀ ଏବଂ ଏଥିରେ ସଂପୃକ୍ତି ଥିବା ବ୍ୟକ୍ତିମାନେ ଇସ୍ତଫା ନଦେଲେ ତୀବ୍ର ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।ଏହାସହିତ ନିଟ ଓ ସିବିଏସଇ ପେପର ଲିକ ହେବା ଫଳରେ ହଜାର ହଜାର ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାର ଭିତରକୁ ଠେଲି ‌ହୋଇଯାଇଛି। ସେହିପରି ବହୁ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। କଂଗ୍ରେସ ପକ୍ଷରୁ ଉକ୍ତ ଘଟଣାର ତୀବ୍ର ନିନ୍ଦା କରାଯିବା ସହ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ବିଫଳତା ଓ ଅପାରଗତା ଯୋଗୁଁ ପରୀକ୍ଷା ପରିଚାଳନାରେ ଏଭଳି ଗୁରୁତର ବିଭ୍ରାଟ ହୋଇଥିବାରୁ କଂଗ୍ରେସ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ଇସ୍ତଫା ଦାବି କରିଛି।ଅନ୍ୟପକ୍ଷରେ ଓଡିଆ ପାଠ୍ୟ ପୁସ୍ତକରେ ୨୭୦୦ ରୁ ଉର୍ଦ୍ଧ୍ୱ ଭୂଲ ବାହାରିବା ଘଟଣାରେ ତ୍ରୁଟିଯୁକ୍ତ ସମସ୍ତ ପାଠ୍ୟ ପୁସ୍ତକକୁ ବ୍ୟବହାର କରାନଯାଇ ପୁଣିଥରେ ତ୍ରୁଟି ଶୁନ୍ୟ ପାଠ୍ୟ ପୁସ୍ତକ ମୁଦ୍ରଣ କରିବାକୁ ଜିଲ୍ଲା କଂଗ୍ରେସ ସଭାତି ଶ୍ରୀ ହେମ୍ରମ ଦାବି କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କଂଗ୍ରେସ ସାଧାରଣ ସମ୍ପାଦକ ଆକାଶ ଦାଶ,ସମ୍ପାଦକ ସୁଶୀଳ ମାଝୀ,ନଗର କଂଗ୍ରେସ ସଭାପତି ରେବତୀ ମୋହନ ପଟ୍ଟନାୟକ ଓ ଜିଲ୍ଲା କଂଗ୍ରେସ ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ରମେଶ ଚନ୍ଦ୍ର ପାତ୍ର ଉପସ୍ଥିତ ଥିଲେ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ