ପୋଲ ତଳକୁ ଖସି ପଡ଼ିଲା ବାଇକ୍ ; ୨ ମୃତ

ବାଂଶପାଳ : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା କମଙ୍ଗା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ମୃତକ ଜଳଡିହା ଗାଁର ସଞ୍ଜୟ ସେଠୀ ଓ ବିରଞ୍ଚି ଗିରି, ଗୁରୁତର ଅଜୟ ସେଠୀ । ସମସ୍ତେ ଗୋଟିଏ ଗାଁର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟା ୮ ରୁ ୯ ଟା ଭିତରେ କୌଣସି କାମରେ ଫୁଲଝର ଆଡୁ ନିଜ ଗାଁ ଜଳଡିହାକୁ ଗୋଟିଏ ବାଇକରେ ଏହି ୩ଜଣ ଯୁବକ ଫେରୁଥିଲେ । ଏହି ସମୟରେ କମଗାଁ ନିକଟରେ ଏକ ପୋଲ ଉପରୁ ଭାରସ୍ୟାମ ହରାଇ ୨୦ଫୁଟ ତଳକୁ ଖସି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ସଞ୍ଜୟ ଓ ବିରଞ୍ଚିଙ୍କ ମୃତ୍ୟୁ ଘଟିଥିବାବେଳେ ଅଜୟ ଗୁରୁତର ହୋଇ ପଡ଼ିଥିଲେ। ଘଟଣାସ୍ଥଳରେ ନୟାକୋଟ ପୋଲିସ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିବା ସହ ଗୁରୁତର ଅଜୟକୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରିଛି । ସମସ୍ତ ଯୁବକ ଜଳଡିହା ଗ୍ରାମର ହୋଇଥିବାବେଳେ ଗାଁରେ ଶୋକାକୁଳ ପରିବେଶ ଲାଗି ରହିଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ