ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ବୟସସୀମା କୋହଳ ପାଇଁ ଦାୟର ଏକାଧିକ ମାମଲାର ରାୟ ପ୍ରକାଶ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ବିଜ୍ଞପ୍ତି ଅନୁସାରେ ଗତ ଜାନୁଆରୀ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କ ବୟସ ୧୮ରୁ ୨୩ ବର୍ଷ ମଧ୍ୟରେ ହୋଇଥିବା ଦର୍ଶାଯାଇଥିଲା। ପୂର୍ବରୁ କରୋନା ସମୟରେ ନିଯୁକ୍ତି ବନ୍ଦ ଥିବା ବେଳେ ୨୦୨୧ ମସିହା ପରେ ପ୍ରଥମ ଥର ପାଇଁ ବାହାରିଥିଲା ବିଜ୍ଞପ୍ତି। ତେବେ ନିୟମିତ ଭାବେ ନିଯୁକ୍ତି ପ୍ରକ୍ରିୟା ହୋଇନଥିବାରୁ ବୟସସୀମା କୋହଳ କରିବାକୁ ଏକାଧିକ ଆଶାୟୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଆବେକାରୀଙ୍କ ଆବେଦନ ଗ୍ରହଣ କରି ଏହି ରାୟ ଶୁଣାଇଛନ୍ତି।
ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା
ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…




