ପୌର ଦୁର୍ନୀତି ମାମଲା; ପୂର୍ବତନ ନିର୍ବାହୀ ଅଧିକାରୀ ନିଲମ୍ବିତ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ପୌର ପରିଷଦରେ ଆର୍ଥିକ ଅନିୟମିତତା ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ (ଇଓ) ମଧୁସ୍ମିତା ସିଂ ନିଲମ୍ବିତ ହୋଇଛନ୍ତି । ଶନିବାର ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି । ନିଲମ୍ବନ ବଳବତ୍ତର ଥିବା ଯାଏ ଶ୍ରୀମତୀ ସିଂ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ଅଫିସରେ କାର୍ୟ୍ୟ କରିବେ । ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଅନୁମତି ବିନା ଜିଲ୍ଲା ମୁଖ୍ୟାଳୟ ଛାଡ଼ି ଯାଇ ପାରିବେ ନାହିଁ । ସମ୍ପ୍ରତି ଶ୍ରୀମତୀ ସିଂ ମୟୂରଭଞ୍ଜ ଜିଲ୍ଲା ଜାମଦା ତହସିଲଦାର ଭାବେ କାର୍ୟ୍ୟରତ ଅଛନ୍ତି । ଶ୍ରୀମତୀ ସିଂଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରାଯାଇଛି ।
ପ୍ରକାଶଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷରେ ବେଲପାହାଡ଼ ପୌର ପରିଷଦରେ ଶ୍ରୀମତୀ ସିଂ ନିର୍ବାହୀ ଅଧିକାରୀ ଥିବା ସମୟରେ ଉନ୍ନୟନ କାର୍ୟ୍ୟରେ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିଲା । ଏବେକାର ନିର୍ବାହୀ ଅଧିକାରୀ ଜିଲ୍ଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଖୋଳତାଡ଼ ବେଳେ ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଥିଲା । ବେଲପାହାଡ଼ ଥାନାରେ ନିର୍ବାହୀ ଅଧିକାରୀ ୨ ଜଣ ପୌର କର୍ମଚାରୀଙ୍କ ନାମରେ ଏତଲା ଦେଇଥିଲେ । ମାମଲାରେ ଆକାଉଣ୍ଟାଣ୍ଟ ବିଭୂତି ସାହୁଙ୍କୁ ଗିରଫ ହୋଇଥିବା ବେଳେ ଅନ୍ୟ ଜଣେ କର୍ମଚାରୀ ସାନିଟାରି ଏକ୍ସପର୍ଟ ଫେରାର ରହିଛନ୍ତି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ