ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ପ୍ରକଳ୍ପ ଓଡ଼ିଶାର ସାମାଜିକ ଓ ଆର୍ଥିକ ବିକାଶକୁ ନୂଆ ଗତି ଦେବ : ଧର୍ମେନ୍ଦ୍ର

ଭୁବନେଶ୍ୱର :‘ସେବା ପର୍ବ -୨୦୨୫’ ଅବସରରେ ଝାରସୁଗୁଡ଼ାରେ ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ଓଡ଼ିଶା ସମେତ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରାୟ ୬୦,୦୦୦ କୋଟି ମୂଲ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉନ୍ମୋଚନ କରିଛନ୍ତି । ଶିକ୍ଷା, ସ୍ୱାସ୍ଥ୍ୟ, ଗୃହ, ଦକ୍ଷତା ବିକାଶ ଓ ଭିତ୍ତିଭୂମି କ୍ଷେତ୍ରରେ ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ଜନସାଧାରଣଙ୍କ ଆକାଂକ୍ଷାକୁ ପୂରଣ କରିବ । ଓଡ଼ିଶା ଏବଂ ଦେଶର ସାମାଜିକ-ଆର୍ଥିକ ବିକାଶରେ ନୂତନ ଗତି ଦେବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଆଇଆଇଟି ପାଟନାରୁ ଝାରସୁଗୁଡାରେ ଆୟୋଜିତ ପ୍ରଧାନମନ୍ତ୍ରୀଙ୍କ ସେବା ପକ୍ଷ କାର୍ୟ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ । ଶିଳାନ୍ୟାସ ଓ ଶୁଭାରମ୍ଭ ହୋଇଥିବା ପ୍ରକଳ୍ପ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପ୍ରଧାନ କହିଛନ୍ତି, ଓଡ଼ିଶା ଏବଂ ଆମ ଦେଶର ବିକାଶ ପଥ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ୩,୦୦୦ କୋଟି ଟଙ୍କା ବ୍ୟୟରେ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ, ବୁର୍ଲା ଏବଂ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ, ବ୍ରହ୍ମପୁରକୁ ବିଶ୍ୱସ୍ତରୀୟ ସୁପର ସ୍ପେଶାଲିଟି ଚିକିତ୍ସାଳୟରେ ରୂପାନ୍ତରଣ କରିବା ପାଇଁ ଘୋଷଣା ହୋଇଛି । ଏହି ପଦକ୍ଷେପ ହସ୍ପିଟାଲକୁ ଅତ୍ୟାଧୁନିକ ଚିକିତ୍ସା କେନ୍ଦ୍ରରେ ପରିଣତ କରିବା ସହ ସ୍ୱାସ୍ଥ୍ୟସେବାକୁ ଉନ୍ନତ କରିବ ।

ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦କୋଟି ଟଙ୍କା ନିବେଶରେ ଆଠଟି ଆଇଆଇଟି – ତିରୁପତି, ପଲକଡ଼, ଭିଲାଇ, ଜମ୍ମୁ, ଧାରୱାଡ, ଯୋଧପୁର, ପାଟନା ଏବଂ ଇନ୍ଦୋରର ସମ୍ପ୍ରସାରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ସମ୍ପ୍ରସାରଣ ଆଗାମୀ ଚାରି ବର୍ଷ ମଧ୍ୟରେ ୧୦,୦୦୦ ନୂତନ ଛାତ୍ରଛାତ୍ରୀଙ୍କ ପାଇଁ କ୍ଷମତା ସୃଷ୍ଟି କରିବ । ଆଠଟି ଅତ୍ୟାଧୁନିକ ଗବେଷଣା ପାର୍କ ପ୍ରତିଷ୍ଠା କରିବ, ଯାହା ଦ୍ୱାରା ଭାରତର ନବସୃଜନ ଇକୋସିଷ୍ଟମ ସୁଦୃଢ଼ ହେବ ଏବଂ ଗବେଷଣା ଓ ବିକାଶକୁ ବଡ଼ ପ୍ରୋତ୍ସାହନ ମିଳିବ ।

ଏହାବ୍ୟତୀତ ଆଇଆଇଟି ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଏବଂ ଇଏସଡିଏମ ପାର୍କ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନା ପ୍ରଶଂସନୀୟ ପଦକ୍ଷେପ । ଏହାଦ୍ୱାରା ଓଡ଼ିଶାରେ ସେମିକଣ୍ଡକ୍ଟର ଉତ୍ପାଦନ ବଢିବା ସହ ସେମିକଣ୍ଡକ୍ଟର କ୍ଷେତ୍ରରେ ଆନ୍ସିଲାରି ଇଣ୍ଡଷ୍ଟ୍ରିରେ ବ୍ୟାପକ ଅଭିବୃଦ୍ଧି ହେବ ଏବଂ ଓଡ଼ିଶାର ଅର୍ଥନୀତିକୁ ବଡ଼ ଗତି ମିଳିବ । ଭାରତବର୍ଷରେ ୪୨୦୦ କୋଟି ଟଙ୍କା ବ୍ୟୟରେ ମେରିଟ୍ ଯୋଜନା ମାଧ୍ୟମରେ ଇଞ୍ଜିନିୟରିଂ ଏବଂ ପଲିଟେକନିକ୍ ଶିକ୍ଷାନୁଷ୍ଠାନମାନଙ୍କର ଉନ୍ନତୀକରଣ ପ୍ରଶଂସନୀୟ ପଦକ୍ଷେପ । ଓଡ଼ିଶାରେ ଦକ୍ଷତା ବିକାଶକୁ ଆଗେଇ ନେବା ପାଇଁ ପ୍ରଧାନମନ୍ତ୍ରୀ ୧୯୭୯ କୋଟି ଟଙ୍କା ବ୍ୟୟରେ ସମ୍ବଲପୁର ଓ ବ୍ରହ୍ମପୁରରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନା ସହିତ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ଏଗ୍ରିଟେକ, ନବୀକରଣ ଉର୍ଜା, ରିଟେଲ, ମେରାଇନ ଏବଂ ଆତିଥେୟତା କ୍ଷେତ୍ରରେ ଦକ୍ଷତା ବୃଦ୍ଧି ଉପରେ ପ୍ରାଧାନ୍ୟ ଦିଆଯିବ, ଯାହା ଦ୍ୱାରା ଆମର ଯୁବପିଢିମାନେ ଅଧିକ କୁଶଳୀ ହେବେ ଏବଂ ରୋଜଗାରର ନୂଆ ସୁଯୋଗ ତିଆରି ହେବ ।

ପ୍ରଧାନମନ୍ତ୍ରୀଙ୍କ କରକମଳରେ ଶିଳାନ୍ୟାସ ହୋଇଥିବା ସମ୍ବଲପୁର ସିଟି-ସରଲା ମଧ୍ୟରେ ୨୭୩ କୋଟି ଟଙ୍କାର ରେଳ ଫ୍ଲାଇଓଭର ଟ୍ରାଫିକ ଭିଡ଼କୁ ନିୟନ୍ତ୍ରଣ କରିବା ସହ ସମ୍ବଲପୁର ଏବଂ ଝାରସୁଗୁଡ଼ା ମଧ୍ୟରେ କୋଇଲା, ଖଣିଜ ପଦାର୍ଥ ଏବଂ ଶିଳ୍ପ ସାମଗ୍ରୀର ପରିବହନକୁ ସହଜ କରିବ । ବିଏସଏନଏଲ ଦ୍ୱାରା ସ୍ୱଦେଶୀ ୪ଜି(୫ଜି ପ୍ରସ୍ତୁତ)ନେଟଓ୍ୱାର୍କର ଶୁଭାରମ୍ଭ ଆମର ଟେଲିକମ କ୍ଷେତ୍ରକୁ ଅଧିକ ମଜଭୂତ୍ କରିବ । ୯୦ କୋଟି ଟଙ୍କା ବ୍ୟୟରେ ରାଜ୍ୟର ୧୩୦ଟି ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଓ୍ୱାଇ-ଫାଇ ସୁବିଧା ଦ୍ୱାରା ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଉପକୃତ ହେବେ । ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଅଧୀନରେ ୫୦ ହଜାର ଘର ନିର୍ମାଣ ନିମନ୍ତେ ହିତାଧିକାରୀଙ୍କୁ କାର୍ୟ୍ୟାଦେଶ ପତ୍ର ବିତରଣ ହୋଇଛି । ଗରିବଙ୍କୁ ସମ୍ମାନର ସହ ପକ୍କା ଘର ଯୋଗାଇଦେବା ଦିଗରେ ଆମ ସରକାର ବଦ୍ଧ ପରିକର । ଶିଳାନ୍ୟାସ ଓ ଶୁଭାରମ୍ଭ ହୋଇଥିବା ସମସ୍ତ ପ୍ରକଳ୍ପ ଓଡ଼ିଶାର ଭବିଷ୍ୟତକୁ ସୁଦୃଢ଼ କରିବା ସହ ‘ସମୃଦ୍ଧ ଓଡ଼ିଶା’ ଓ ‘ବିକଶିତ ଓଡ଼ିଶା’ ଗଠନରେ ବେଶ୍ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି । ବିହାର ଦୀଘା ବିଧାନସଭା ନିର୍ବାଚନମଣ୍ଡଳୀରେ ଶ୍ରୀ ପ୍ରଧାନ ଘରକୁ ଯାଇ ଜନସମ୍ପର୍କ ପଦଯାତ୍ରାରେ ସାମିଲ ହେବା ସହ ସ୍ୱଦେଶୀ ଆପଣାଇବା ପାଇଁ ଆହ୍ୱାନ କରିଥିଲେ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ