
ଭୁବନେଶ୍ୱର: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ୮ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି । ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଏହା ବର୍ଷା କରାଇବ । କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।