ପ୍ରବଳ ବର୍ଷା : ୪ ଜିଲ୍ଲାକୁ ରେଡ,୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ପ୍ରଭାବରେ ଗତକାଲିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ସାମନ ସ୍ଥିତି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ପ୍ରବଳ, ୪ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୫ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କେନ୍ଦୁଝରର ହାଟଡିହିରେ ସର୍ବାଧିକ ୨୨୫.୧ ମିମି ବର୍ଷା ରେକର୍ଡ ହୋଇଛି। ଆଜି ଲଘୁଚାପ ଅଧିକ ଘନୀଭୂତ ହେବା ସହ ଏହା ସଦୃଶ ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଓ ଓଡ଼ିଶା ମଧ୍ୟ ଦେଇ ଆଗକୁ ଯିବ। ଫଳରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଜି ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୪ ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରି ହୋଇଛି । ଏଥିସହ ପୁରୀ, କଟକ, ଖୋର୍ଦ୍ଧା, ଅନୁଗୁଳ,କେନ୍ଦୁଝର,ଢେଙ୍କାନାଳ,ନବରଙ୍ଗପୁର ଓ କୋରାପୁଟକୁ ମଧ୍ୟ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେପଟେ ରାଜ୍ୟର ଆଉ ସବୁ ଜିଲ୍ଲରେ ମଧ୍ୟ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ, ମୌସୁମୀଜନିତ ନିମ୍ନ ଚାପରେଖା ବିକାନେର୍‌, ଯାଜପୁର, ସିଧି, ଝାରସୁଗୁଡ଼ା, ପୁରୀ ହୋଇ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାର ପ୍ରଭାବରେ ମଧ୍ୟ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁସାରେ ଚଳିତ ବର୍ଷ ମେ ୨୮ରେ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହୋଇଥିଲା। ସେବେଠାରୁ ଆଜି ସୁଦ୍ଧା ବଙ୍ଗୋପସାଗରରେ ୧୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କେବଳ ଗତ ୨୦ ଦିନରେ ସୃଷ୍ଟି ହୋଇଛି ୩ଟି ଲୋ ପ୍ରେସର ବା ଲଘୁଚାପ। ମୌସୁମୀ ଋତୁରେ ପୂର୍ବାନୁମାନ ଅପେକ୍ଷା ୭ ପ୍ରତିଶତ ଅଧିକ ବର୍ଷିଛି।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି