ପ୍ରଶାସନିକ ସୀମା ପୁନର୍ଗଠନ ନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଦେଶରେ ଆଗାମୀ ଜନଗଣନା ପାଇଁ ବିଭିନ୍ନ ପ୍ରଶାସନିକ ଅଞ୍ଚଳର ସୀମା ନିର୍ଦ୍ଧାରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି।ସରକାର ଚଳିତ ବର୍ଷ ଜୁନ୍ ୩୦ ପୂର୍ବରୁ ଜିଲା, ଉପ-ବିଭାଗ, ତହସିଲ, ରାଜସ୍ୱ ଗ୍ରାମ ଏବଂ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ଆଦି ପ୍ରଶାସନିକ ଏକକର ସୀମାରେ ପରିବର୍ତ୍ତନକୁ ଅନୁମତି ଦେଇଛନ୍ତି।
ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ଆଜି ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି।ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଜନଗଣନା ପାଇଁ ପ୍ରଶାସନିକ ଏକକର ସୀମା ଜୁଲାଇ ୧ ତାରିଖରେ ସ୍ଥିର କରାଯିବ।ଏଠାରେ ଉଲ୍ଲେଖଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳ ନିକଟରେ ଆଗାମୀ ଜନଗଣନା ସମୟରେ ଜାତି ଗଣନା କରିବା ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛି।ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ୨୦୨୬ରେ ଦେଶରେ ଜନସଂଖ୍ୟା ଗଣନା କରିପାରନ୍ତି।

  • Related Posts

    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading
    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ