ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ଅଧିକାରୀ

ଭୁବନେଶ୍ୱର,୨୫/୦୮: ପଡ଼ୋଶୀ ରାଷ୍ଟ୍ର ଶ୍ରୀଲଙ୍କାର ୩୦ ଜଣ ଅଧିକାରୀ ଆଜି ଓଡ଼ିଶାରେ ପହଁଚିଛନ୍ତି । ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଂଯୋଜନାରେ ସେମାନେ ପାଞ୍ଚ ଦିନ ଧରି ପ୍ରଶିକ୍ଷଣ ନେବେ । ଏହି ଅବସରରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ବିଭିନ୍ନ ସ୍ଥାନ ପରିଦର୍ଶନ ସମୟରେ ସେମାନେ ଓଡ଼ିଶାର କଳା-ସଂସ୍କୃତି-ଐତିହ୍ୟ-ଇତିହାସ-ବୌଦ୍ଧ କୀର୍ତ୍ତିରାଜି ସମ୍ପର୍କରେ ଅବଗତ ହେବେ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏବଂ ବିପର୍ଯ୍ୟୟ ପୂର୍ବରୁ ଓ ପରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ସ୍ଥାନୀୟ ରାଜସ୍ୱ ଅଧିକାରୀଙ୍କ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ସେମାନେ ପ୍ରଶିକ୍ଷିତ ହେବେ । ହକି ବିଶ୍ଵ କପ୍ ଆୟୋଜନ ସମୟରେ ହୋଇଥିବା ସଫଳ ଗଣମାଧ୍ୟମ ରଣନୀତି ଉପରେ କଳିଙ୍ଗ ଷ୍ଟାଡିୟମ୍ ଠାରେ ତାଲିମ ନେବେ । ହ୍ଵାଇଟ୍ ପାଗୋଡ଼ା ଧଉଳିର ଶାନ୍ତି ମନ୍ତ୍ରରେ ଅଭିମନ୍ତ୍ରିତ ହେବା ସହ ବ୍ଲାକ୍ ପାଗୋଡ଼ା କୋଣାର୍କର କାଳଜୟୀ ସ୍ଥାପତ୍ୟ ଓ ମରାଳ-ମାଳିନୀ-ନୀଳାମ୍ବୁ-ଚିଲିକାର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ । ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ ସମୟରେ ଓଡ଼ିଶାର ସମୃଦ୍ଧ କଳା, ଜୀବନ୍ତ ସଂସ୍କୃତି, ବିଭବଶାଳୀ ଐତିହ୍ୟ, ଗରିମାମୟ ଇତିହାସ ସମ୍ପର୍କରେ ଅବଗତ ହେବେ । ଓଡ଼ିଶା ବୟନ ଅସ୍ମିତାର କମନୀୟ ମାଧୁର୍ଯ୍ୟକୁ ବୟନିକାରେ ଉପଲବ୍ଧି କରିବେ । ଶ୍ରୀଲଙ୍କାର ଏହି ଅଧିକାରୀମାନେ ଆଜି କିଟ୍ ବିଶ୍ଵବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ଅଧିକାରୀ ବୃନ୍ଦଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ ଦାସ ପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଗୁରବୀର୍ ସିଂ, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଉପ-ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅନ୍ୟାନ୍ୟ ଅଧିକାରୀ ସ୍ଵାଗତ କରିଥିଲେ ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ