ପ୍ରଶ୍ନପତ୍ର ମାମଲାରେ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୃଢ଼ ଭାବେ କହିଛନ୍ତି ।ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଶ୍ନପତ୍ର ପ୍ରଘଟ ଘଟଣାଗୁଡ଼ିକରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଶୀଘ୍ର ଏବଂ କଠୋର ଦଣ୍ଡ ଦେବା ପାଇଁ ସରକାର ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ଅଧିକାରୀ ଏବଂ ବିଭାଗଗୁଡ଼ିକୁ ସେ ନିର୍ଦ୍ଦେଶ ଜାରି କରିଥିବା ଶ୍ରୀ ମୋଦୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ନିଆଯାଉଥିବା କଠୋର ପଦକ୍ଷେପ ଶୃଙ୍ଖଳାରେ ଏହି ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।ଏକ କଡ଼ା ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ଦେଶର ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଖେଳୁଥିବା ଲୋକଙ୍କ ବିରୁଦ୍ଧରେ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ସେମାନଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ ।

ପ୍ରଧାନମନ୍ତ୍ରୀ ଏକ୍ସରେ ଗୋଟିଏ ପୋଷ୍ଟ ମାଧ୍ୟମରେ ସୂଚନା ଦେଇ କହିଛନ୍ତି: ‘‘ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ।ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୋଷୀମାନଙ୍କ ବିରୋଧରେ ତୁରନ୍ତ ଦଣ୍ଡାଦେଶ ଲାଗି, ମାମଲାଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ଫାଷ୍ଟ ଟ୍ରାକ୍ ଅଦାଲତ ଗଠନ କରାଯିବ । ଏ ସମ୍ପର୍କରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ନିଆଯାଉଥିବା କଠୋର ପଦକ୍ଷେପ ଶୃଙ୍ଖଳାରେ ଏହି ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଖେଳୁଥିବା ଲୋକମାନଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ।’’

  • Related Posts

    ବନ୍ଦେ ଭାରତ ଟ୍ରେନରେ ଗଲା ଜୀବନ୍ତ ମାନବ ହୃତପିଣ୍ଡ

    ଅହମ୍ମଦାବାଦ: ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଏକ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ କରାଯାଇଛି । ଅଙ୍ଗ ପ୍ରତିରୋପଣ ଏବଂ ଜରୁରୀକାଳୀନ ଚିକିତ୍ସା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହ…

    Continue reading
    ପେରୁରେ ପ୍ଲେନ୍ କ୍ରାସ୍‌, ୧୩ ମୃତ

    ନୂଆଦିଲ୍ଲୀ: ଭୟଙ୍କର ବିମାନ ଦୁର୍ଘଟଣା । ମଝି ଆକାଶରୁ ଖସି ପଡିଲା ପ୍ଲେନ୍ । ହୁତୁ ହୁତ ହୋଇ ଜଳିଲା । ଚାଲିଗଲା ୧୩ ଜୀବନ । ପେରୁର ଦକ୍ଷଣ ଅଞ୍ଚଳ ନାଜକା ସହରରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ