ଫାଇଏ ଗାଏବ: ପୁଣି ନୋଟିସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ଅନ୍ୟମାନଙ୍କ ହତ୍ୟା ମାମଲାରେ ଜଷ୍ଟିସ୍ ଏ.ଏସ୍. ନାଇଡୁ କମିଶନ ରିପୋର୍ଟ ଏବଂ ସମ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ନିଖୋଜ ଘଟଣାରେ କମିଶନରେଟ ପୋଲିସର ତଦନ୍ତ ଜୋରଦାର ହୋଇଛି। ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ସହ ଜଡିତ ବିଭିନ୍ନ ବ୍ୟକ୍ତିଙ୍କୁ ପଚରାଉଚରା କରି ଫାଇଲ ନିଖୋଜ ଘଟଣାର ସୂତ୍ର ଖୋଜୁଛି ପୋଲିସ। ଏହି କ୍ରମରେ ଗୁରୁବାର ପୁଣି ନୋଟିସ ଜାରି କରାଯାଇଛି । ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ନାଥ ବେହେରାଙ୍କୁ ନୋଟିସ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ଦିନ ୧୧ଟାରେ ଶ୍ରୀ ବେହେରାଙ୍କୁ ହାଜର ହେବା ପାଇଁ ନୋଟିସ ଜାରି କରାଯାଇଛି । ସେହିପରି ହାଜର ହୋଇନଥିବା ରାଜେଶ ବର୍ମାଙ୍କୁ ପୁଣି ଥରେ ହାଜର ହେବାକୁ ନୋଟିସ ଜାରି କରାଯାଇଛି । ଆସନ୍ତା ୩୦ ତାରିଖ ସୁଦ୍ଧା ହାଜର ହେବାକୁ ଶ୍ରୀ ବର୍ମାଙ୍କୁ ନୋଟିସ ଜାରି କରାଯାଇଛି । କମିଶନରେଟ ପୁଲିସ ପକ୍ଷରୁ ଉଭୟଙ୍କୁ ନୋଟିସ ଜାରି କରାଯାଇଛି । ଉଭୟଙ୍କ ଏସିପି ଜୋନ-୧ଙ୍କ ପାଖରେ ହାଜର ହେବାକୁ ନୋଟିରେ କୁହାଯାଇଛି ।ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ର ଥାନାରେ ହାଜର ହୋଇଥିଲା ବେଳେ ପୂର୍ବତନ ଆଇଏଏସ୍ ଅଧିକାରୀ ରାଜେଶ ବର୍ମା ହାଜର ହୋଇନାହାନ୍ତି । ଗତକାଲି ଅର୍ଥାତ ବୁଧବାର ସକାଳ ୧୧ଟା ସୁଦ୍ଧା ରାଜେଶ ହାଜର ହେବା ପାଇଁ ନୋଟିସ ଦିଆଯାଇଥିଲା ।

ଅନ୍ୟପକ୍ଷରେ ଗତକାଲି ଅର୍ଥାତ ବୁଧବାର ବିଜେଡି ସର୍ବେସର୍ବା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ୍ ଜାରି କରି ହାଜର ପାଇଁ ନିର୍ଦ୍ଦେଶ ଦେଇଛି କମିଶନରେଟ ପୁଲିସ। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ଫାଇଲ ଗାଏବ ହେବା ଘଟଣାରେ ଏହି ପଦକ୍ଷେପ ନିଅଯାଇଥିବା ଜଣାପଡ଼ିଛି । ଭୁବନେଶ୍ୱରର କ୍ୟାପିଟାଲ ଥାନା ପୋଲିସ ପକ୍ଷରୁ ଶ୍ରୀ ପାଣ୍ଡିଆନଙ୍କୁ ସମନ ଜାରି କରି ଚଳିତମାସ ୨୫ ତାରିଖ ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱର ୟୁପିଡି ଅଧୀନସ୍ଥ ଏସିପି ଜୋନ୍‌-୧ କାର୍ୟ୍ୟାଳୟରେ ହାଜର ହେବା ପାଇଁ ଏହି ନୋଟିସରେ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀ ପାଣ୍ଡିଆନଙ୍କୁ କ୍ୟାପିଟାଲ ଥାନାର ଅତିରିକ୍ତ ଆଇଆଇସି ତଥା ତଦନ୍ତକାରୀ ଅଫିସର ବିପନ ବିହାରୀ ହୋତା ଏହି ନିର୍ଦ୍ଦେଶ ଦେଇଛନ୍ତି। ପୁଲିସ ପକ୍ଷରୁ କୁହାଯାଇଛି ଯେ, କ୍ୟାପିଟାଲ ଥାନାରେ ଗତ ଜୁନ ୧୦ ତାରିଖରେ ରୁଜୁ ହୋଇଥିବା ମାମଲାର ତଦନ୍ତ ସଂକ୍ରାନ୍ତରେ ଏହି ନୋଟିସ ପଠାଇଛି।
ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିବା ସହ ଏହି ମାମଲା ସମ୍ବନ୍ଧୀୟ ଯେକୌଣସି ଦଲିଲ, ରେକର୍ଡ, ଇଲେକ୍ଟ୍ରୋନିକ୍ସ ଉପକରଣ କିମ୍ବା ଅନ୍ୟାନ୍ୟ ପ୍ରାସଙ୍ଗିକ ସାମଗ୍ରୀ ଯାହା ନିଜ ପାଖରେ ଥିବ, ତାହା ସାଙ୍ଗରେ ଆଣିବାକୁ ପୁଲିସ ନୋଟିସରେ ସ୍ପଷ୍ଟ ଭାବରେ ଦର୍ଶାଇଛି। ଏହି ନୋଟିସଟି ଜୁଲାଇ ୨୨ତାରିଖରେ ତାଙ୍କ ପଲାସପଲ୍ଲୀ ବାସଭବନ ଠିକଣାରେ ଜାରି କରାଯାଇଛି।

  • Related Posts

    ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

    ତିଳେଇବଣି ବ୍ଲକ ସୁଗୁଡା କ୍ଲଷ୍ଟର ଗୁଣ୍ଡୁରିପୋଷି ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ସିଆରସିସି ପ୍ରାଣବନ୍ଧୁ ଘଡେଇ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେବଗଡ଼ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ମୁଖ୍ୟ ଅତିଥି…

    Continue reading
    ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

    ଦେବଗଡ଼:ଦେବଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାବିତ ଡ.ରାମଚନ୍ଦ୍ର ମହାପାତ୍ର, ଉଦୟ ପ୍ରଧାନ, ଅବସରପ୍ରାପ୍ତ କଲେଜ ପ୍ରଧ୍ୟାପକ ଅଶୋକ ମିଶ୍ର, ଶିକ୍ଷୟତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ