ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

ଆସନ୍ତା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ମାଟ୍ରିକ ପରୀକ୍ଷା ପାଇଁ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ)।

୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ। ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।

ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ। ସେହିଦିନ ପରୀକ୍ଷା ସରିବ ୧୧ଟା ୪୫ରେ।

 

ମାଟ୍ରିକ୍ ପରୀକ୍ଷା ପାଇଁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ଫର୍ମ ଫିଲପ୍। ନଭେମ୍ବର ୧୮ରେ ଫର୍ମ ପୂରଣ ସରିବା ପରେ ପରୀକ୍ଷାର୍ଥୀଙ୍କ ସଂଖ୍ୟା ସ୍ପଷ୍ଟ ହେବ। TLV ଓ ଭୋକେସନାଲ୍ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବଜେକ୍ଟିଭ୍ ଓ ୫୦ ମାର୍କର ଅବଜେକ୍ଟିଭ୍ ପ୍ରଶ୍ନ ଆସିବ।ଅବଜେକ୍ଟିଭ MCQର ଉତ୍ତର OMR ସିଟ୍‌ରେ ଏବଂ ସବଜେକ୍ଟିଭ୍ ପ୍ରଶ୍ନର ଉତ୍ତର ପ୍ରଶ୍ନ ସଂଲଗ୍ନ ଉତ୍ତର ଖାତାରେ ଦେବାକୁ ହେବ। ଗତବର୍ଷ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।

 

  • ଗତବର୍ଷ ମାଟ୍ରିକ୍ ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମ ଥର ପାଇଁ ଆର୍ଟିଫିସିଆଲ୍ ଇଣ୍ଟଲିଜେନ୍ସ ବ୍ୟବହାର ହୋଇଥିଲା। ତମାମ୍ ସତର୍କତା ସତ୍ତ୍ବେ ଆସିଥିଲା ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ। ତେଣୁ ଏଥର ବି ତ୍ରୁଟିଶୂନ୍ୟ ପରୀକ୍ଷା ଓ ପ୍ରଶ୍ନପତ୍ର ଲିକ୍ ରୋକିବା ବୋର୍ଡ ପାଇଁ ବଡ଼ ଚ୍ୟାଲେଞ୍ଜ ରହିବ।

Related Posts

‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଛି

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଦୁଗ୍ଧ ସମବାୟ ସଂସ୍ଥା ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ନୂଆଦିଲ୍ଲୀର ପ୍ରସିଦ୍ଧ ପ୍ରଗତି ମୈଦାନସ୍ଥିତ ‘ଭାରତ ମଣ୍ଡପମ୍’ଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଏକ୍ସପୋରେ ଓମ୍‌ଫେଡ୍ ସମଗ୍ର ଦେଶରେ ଶ୍ରେଷ୍ଠ…

Continue reading
ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି

ବିଶାଖାପାଟଣା: ଭାରତୀୟ ନୌସେନାରେ ସାମିଲ ହେଲା ‘INS ମହେନ୍ଦ୍ରଗିରି’ । ହିନ୍ଦ ମହାସାଗର ଏବଂ ଇଣ୍ଡୋ-ପାସିଫିକ୍ କ୍ଷେତ୍ରରେ ବଢୁଥିବା ରଣନୀତିକ ତିକ୍ତତା ଓ ଗ୍ଲୋବାଲ ଚ୍ୟାଲେଞ୍ଜ ମଧ୍ୟରେ ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇଛି । ଶନିବାର ବିଶାଖାପାଟଣା ନେଭାଲ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ