ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର

ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଏକ ଅବପାତ ସକ୍ରିୟ ରହିଛି । ଆସନ୍ତା ୧୫ ତାରିଖ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଡିସେମ୍ବର ୧୭ ସୁଦ୍ଧା ଏହା ତାମିଲନାଡୁ ଉପକୂଳର ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି ।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ, ୨୪ ଘଣ୍ଟା ମଧ୍ୟରେ ଏହା ତାମିଲନାଡୁ ଉପକୂଳ ଆଡକୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଏହି ପ୍ରଭାବ ଯୋଗୁଁ ସୋମବାର ତାମିଲନାଡୁ ଏବଂ ପୁଡୁଚେରୀରେ କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ଚେନ୍ନାଇ ସହର ଏବଂ ଉପକଣ୍ଠରେ କିଛି ଅଞ୍ଚଳରେ ଝଡ଼ତୋଫାନ ଏବଂ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିଛି ସ୍ଥାନରେ ଆକାଶ ମେଘାଚ୍ଛନ ରହିବ। ସର୍ବାଧିକ ତାପମାତ୍ରା ପ୍ରାୟ ୩୦-୩୧ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨୪-୨୫ ଡିଗ୍ରୀ ସେଲସିୟସ୍ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ଡିସେମ୍ବର ୧୭ ତାରିଖରେ ଚେଙ୍ଗାଲପେଟ୍ ସମେତ ୧୦ ଟି ଉପକୂଳବର୍ତ୍ତୀ, ଡେଲ୍ଟା ଜିଲ୍ଲା ଏବଂ ଡିସେମ୍ବର ୧୮ ତାରିଖରେ ଚେଙ୍ଗାଲପେଟ୍ ଏବଂ କାଞ୍ଚିପୁରମ୍ ସମେତ ୧୨ ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ