ବଙ୍ଗୋପସାଗରରେ ପୁଣି ଲଘୁଚାପ ଦାନା ବାନ୍ଧିବା ନେଇ ଆକଳନ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଲଘୁଚାପ ଦାନା ବାନ୍ଧିବା ନେଇ ଆକଳନ କରାଯାଉଛି । ବିଭିନ୍ନ ମଡେଲ୍‌ର ଆକଳନକୁ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ବିସ୍ତାରିତ ୭ରୁ ହାଲୁକା ଶୀତ ପୂର୍ବାନୁମାନରେ ସୂଚାଇଛି, ସମ୍ଭବତଃ ୧୧ ତାରିଖବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ଘନୀଭୂତ ହୋଇ ୧୩ରେ ଲଘୁଚାପ ରୂପ ନେଇପାରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ । ସ୍ୱଳ୍ପ ସମ୍ଭାବନା ରହିଛି ଯେ ଏହା ୧୫ ତାରିଖବେଳକୁ ଏକ ଅବପାତରେ ପରିଣତ ହୋଇପାରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ।
ଏହାର ଗତିପଥ, ତୀବ୍ରତା ନେଇ ଏବେଠାରୁ ସ୍ପଷ୍ଟ ଆକଳନ ସହଜ ନୁହେଁ । ବିଶେଷଜ୍ଞଙ୍କ ମତରେ ସାଧାରଣତଃ ନଭେମ୍ବର ମାସରେ ସୃଷ୍ଟି ହେଉଥିବା ଅବପାତ କିମ୍ବା ବାତ୍ୟା ଓଡ଼ିଶା ଉପକୂଳ ଆଡ଼କୁ ଆସିବା ସମ୍ଭାବନା କମ୍‌ ରହିଥାଏ । ଅଧିକାଂଶ ସମୟରେ ଏହାର ଗତି ତାମିଲନାଡ଼ୁ କିମ୍ବା ଆନ୍ଧ୍ର ଉପକୂଳ ଥାଏ । ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ଆକଳନ କରାଯାଇଛି, ସେଥିରେ ଓଡ଼ିଶା ଆଡ଼କୁ ଏହାର ଗତିପଥ ରହିବା ସମ୍ଭାବନା କମ୍‌ । ମାତ୍ର ଏତେ ଆଗରୁ ନିର୍ଦ୍ଦିଷ୍ଟ ଭାବେ କୁହାଯାଇପାରିବ ନାହିଁ । ଏପରିକି ଏହା ମିଆଁମାର ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ ।
ବର୍ତ୍ତମାନ ସ୍ଥିତିରେ ପାଣିପାଗ ବିଭାଗ ଆକଳନ କରିଛି, ଶୁକ୍ରବାର ଓ ଶନିବାର ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନାହିଁ । କେବଳ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୮ ତାରିଖରେ ଦୀପାବଳି ପର୍ବରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ୩ ଦିନ ଭିତରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ ।
ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ବା ଅବପାତ ନେଇ ଏବେଠାରୁ ସ୍ପଷ୍ଟ ଆକଳନ କରିବା ସହଜ ନୁହେଁ । ବର୍ତ୍ତମାନ ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହିବ । ୭ ତାରିଖରୁ ରାଜ୍ୟରେ ହାଲୁକା ଥଣ୍ଡା ଅନୁଭୂତ ହୋଇପାରେ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ପାହାଡ଼ିଆ ଅଞ୍ଚଳରେ ରାତି ତାପମାତ୍ରା ୧୫ ଡିଗ୍ରୀ ସେଲସିୟସରୁ ଖସିପାରେ । କନ୍ଧମାଳ, ଗଜପତି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ଥଣ୍ଡା ଅନୁଭୂତ ହୋଇପାରେ । ଅନ୍ୟପଟେ ଉପକୂଳ ଅଞ୍ଚଳରେ ରାତି ତାପମାତ୍ରା ୧୫ରୁ ୨୦ ଡିଗ୍ରୀ ସେଲସିୟସ୍‌ ଭିତରେ ରହିପାରେ ।

  • Related Posts

    ଭିଜିଲାନ୍ସ ଜାଲରେ ସବ୍-ରେଜିଷ୍ଟ୍ରାର

    ବାଲେଶ୍ୱର: ଆଜି ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରଜିଷ୍ଟ୍ରାର (ଓ.ଆର୍.ଏସ୍) ମିସ୍ ମନିଷା ମିଶ୍ରଙ୍କୁ ଜଣେ କ୍ରେତାଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଟିମ୍ ହାତେରଙ୍ଗା ଧରିଛି। ମିଳିଥିବା ସୂଚନା ଅନୁଯାୟୀ, ଜଣେ କ୍ରେତା ‘ବାଜ୍ୟାପ୍ତି ସ୍ଥିତିବାନ୍’ କିସମର…

    Continue reading
    ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର

    ଭୁବନେଶ୍ଵର : ସଡ଼କ ଆଉ ସେତୁ ପ୍ରକଳ୍ପରେ ଆଉ ହେବନି ବିଳମ୍ବ । ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର । ସଡ଼କ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟାନ୍ଵୟନକୁ ତ୍ଵରାନ୍ଵିତ କରିବା ଲକ୍ଷ୍ୟ । ଏଣିକି କୌଣସି ସଡ଼କ ପ୍ରକଳ୍ପର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି