ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି: ମୟୂରଭଞ୍ଜରେ ସ୍କୁଲ ଛୁଟି

ଭୁବନେଶ୍ବର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରିଲା ପାଣିପାଗ ବିଭାଗ । କେତେକ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହିତ ପ୍ରବଳ ବର୍ଷା ଦେଖିବାକୁ ମିଳିବ । ଏହାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଆଜି ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଘରୋଇ ସ୍କୁଲଗୁଡ଼ିକୁ ମଧ୍ୟ ସକାଳ ୧୦ଟା ପରେ ପାଠପଢ଼ା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ 5ଟା 30 ସମୟରେ ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି କରିଛି । ଏହା ସହ ଜଡିତ ଘୂର୍ଣ୍ଣିବଳୟ, ବାୟୁମଣ୍ଡଳର 9.4କିମିଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି । ଏହି କ୍ଷେତ୍ର ଦକ୍ଷିଣପଶ୍ଚିମ ଦିଗକୁ ଢଳି ରହିଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ନିଜର X ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି ।
ଆସନ୍ତା 24 ଘଣ୍ଟାରେ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ କେତକ ସ୍ଥାନରେ ଅତ୍ୟନ୍ତ ଭାରୀ ବର୍ଷା ହେବାର ସମ୍ଭାବନା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ଝଟକା ପବନ ସହିତ ପବନର ବେଗ ଘଣ୍ଟା ପ୍ରତି 40ରୁ 50 କିମି ରହିବ ବୋଲି କୁହାଯାଇଛି । ଏହା ସହିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଆଲର୍ଟ ଜାରି କରିଲା ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି 40ରୁ 50 କିମି ରହିବ ବୋଲି ପୂର୍ବାନୁମାନ କରାଯାଇଛି ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କୋରାପୁଟ,କଳାହାଣ୍ଡି,ରାୟଗଡ଼ା,ଗଂଜାମ, ଗଜପତି, ଢେଙ୍କାନାଳ, ଅନୁଗୋଳ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଯାଜପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ଝଟକା ପବନ ସହିତ ପବନର ବେଗ ଘଣ୍ଟା ପ୍ରତି 30ରୁ 40 କିମି ରହିବ ବୋଲି କୁହାଯାଇଛି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ