ବଜ୍ରପାତ ନେଲା ୩ ଜୀବନ

ଦେବଗଡ: ଦେବଗଡ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଥିବା ଜଣା ପଡିଛି। ମୃତକ ହେଲେ ବସାଲଇ ପଞ୍ଚାୟତର କଟାସାହିର ଡ଼ୋଲାମଣୀ ପେଣ୍ଢେଇ,ପିଟା ସାହିର ବୁବୁନ ସାମଲ,ପୌରାଞ୍ଚଳର ମିରଗିଡିଆ ସାହିର ରାଜା କାଣ୍ଡୁଳାନା। ସୂଚନା ଅନୁଯାୟୀ,୩ଟି ବାଇକରେ ଡ଼ୋଲାମଣୀ ଓ ବୁବୁନ ଏବଂ ଆଉ ୪ ଜଣ ଯୁବକ ଭାଟସିଂ ଗ୍ରାମକୁ ଯାଇଥିଲେ।ବାଇକରେ ଆସୁଥିବା ବେଳେ ବଜ୍ରାପାତ ଯୋଗୁଁ ଭାଟସିଂ ନିକଟରେ ବାଇକ ଟି ଜଳି ଯାଇଥିଲା । ବାଇକ୍ ରେ ଥିବା ଡ଼ୋଲାମଣୀ ଓ ବୁବୁନଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆହତ ହୋଇଥିବା ୪ ଜଣ କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ସେହିପରି ପତ୍ରାପାଲି ସାହିର ରାଜା ଓ ତାଙ୍କ ସ୍ତ୍ରୀ ବର୍ଷା କାଣ୍ଡୁଲାନା ଘରେ ଥିବା ବେଳେ ବଜ୍ରପାତ ଯୋଗୁଁ ରାଜାର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ବର୍ଷା ଗୁରୁତର ଆହତ ହୋଇଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଷା ଙ୍କ ଚିକିତ୍ସା ଜାରି ରହିଛି।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ