ବଜ୍ରାଘାତରେ ୩ ମୃତ

ରାଜ୍ୟର ପୃଥକ ପୃଥକ ସ୍ଥାନରେ ଶୁକ୍ରବାର ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗଜପତି ଜିଲ୍ଲା ଆର୍. ଉଦୟଗିରି ଥାନା ଟଟରଙ୍ଗ ଗାଁରେ ବଜ୍ରାଘାତରେ ବଡ଼ ଭାଇର ମୃତ୍ୟୁ ଘଟିଥିବା ବେଳେ ସାନ ଭାଇ ଗୁରୁତର ଆହତ ହୋଇଛନ୍ତି। ମୃତାହତମାନେ ହେଉଛନ୍ତି ଅନୁଗୁର ପଞ୍ଚାୟତର କାଟାମା ଗାଁର। ମୃତକଙ୍କ ନାଁ ଜିରାଦ ରଇତ ଓ ସାନ ଭାଇଙ୍କ ନାଁ ମୋଜେଶ ରଇତ।

ଦୁଇ ଭାଇ ଅନୁଗୁର ପଞ୍ଚାୟତରୁ ରାସନ୍ ଚାଉଳ ନେଇ ନିଜ ଗାଁ କାଟାମା ଫେରୁଥିବା ବେଳେ ବାଟରେ ବର୍ଷା ହେବାରୁ ଟଟରଙ୍ଗ ସ୍କୁଲ ନିକଟରେ ଥିବା ଏକ ତେନ୍ତୁଳି ଗଛ ତଳେ ଆଶ୍ରୟ ନେଇଥିଲେ। ସେହି ସମୟରେ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ଦୁଇ ଭାଇ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। ସେମାନେ ପ୍ରଥମେ ବଡ଼ ଭାଇକୁ ଗୋବର ଭିତରେ ପୋତି ରଖିଥିଲେ। ହେଲେ ସେ ଭଲ ନ ହେବାରୁ ଆର୍. ଉଦୟଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ଡାକ୍ତର ବଡ଼ ଭାଇକୁ ମୃତ ଘୋଷଣା କରିଥିବା ବେଳେ ଚିକିତ୍ସା ପରେ ସାନ ଭାଇର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି। ଖବର ପାଇ ଆର.ଉଦୟଗିରି ପୁଲିସ ମୃତଦେହ ଜବତ କରିଥିବା ବେଳେ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଅନ୍ୟ ଘଟଣାଟି ଘଟିଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଝାଙ୍କରପଡ଼ା ଗାଁରେ। ବର୍ଷା ହେବାରୁ ଗଛ ତଳେ ଆଶ୍ରୟ ନେଇଥିଲେ ୨ ଯୁବକ। ସେହି ସମୟରେ ବଜ୍ରପାତ ହୋଇଥିଲା ଓ ଉଭୟଙ୍କର ମୃତ୍ୟୁ ଘଟିଥିଲା।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ