ବଡ଼ ଜମାକାରୀ ମଧ୍ୟ ଟଙ୍କା ଫେରିପାଇବେ:ମନମୋହନ

ଭୁବନେଶ୍ୱର: କ୍ଷୁଦ୍ର ଚିଟ୍ଫଣ୍ଡ ଜମାକାରୀଙ୍କୁ ଟଙ୍କା ପେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ ନେଇ ବିଜେପି ଜିଲା ସଭାପତି ମନମୋହନ ସମାଲ କହିଛନ୍ତି ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ସରକାର ପାଳନ କରୁଛନ୍ତ। ସେ ଏହା ମଧ୍ୟ କହିଛନ୍ତି, ଲକ୍ଷାଧିକ ଚିଟ୍ଫଣ୍ଡ ଜମାକାରୀ ଟଙ୍କା ପାଇ ସାରିଲେଣ।ଏବେ ସରକାର ଆଉ ୫ ଲକ୍ଷ ଜମାକାରୀଙ୍କୁ ଚିହ୍ନଟ କରିଛନ୍ତି। ପର୍ୟ୍ୟାୟକ୍ରମେ ଅନ୍ୟ ଜମାକାରୀଙ୍କୁ ମଧ୍ୟ ଟଙ୍କା ଫେରାଯିବ। ବଡ଼ ଜମାକାରୀ ମଧ୍ୟ ଟଙ୍କା ଫେରିପାଇବେ ବୋଲି ମନମୋହନ କହିଛନ୍ତି।

ପ୍ରକାଶ ଯେ ଟଙ୍କା ଫେରସ୍ତ ପାଇବେ କ୍ଷୁଦ୍ର ଚିଟ୍‌ ଫଣ୍ଡ୍ ଜମାକାରୀ। ଚିଟ୍ ଫଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା। ଅର୍ଥ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏହାର ସୁଯୋଗ ନେବାକୁ ସମସ୍ତ ଆବେଦନକାରୀଙ୍କୁ ଅନୁରୋଧ କରାଯାଇଛି। ଆସନ୍ତା ୨୦୨୬ ଜାନୁଆରୀ ୩୧ ଯାଏ ଟଙ୍କା ଫେରସ୍ତ ପ୍ରକ୍ରିୟା ଚାଲିବ। ତଦନ୍ତ କମିଶନ ସୁପାରିଶ କରିଥିବା ଓ ଫେରସ୍ତ ପାଇନଥିବା କ୍ଷୁଦ୍ର ଜମାକାରୀ ଏହି ସୁଯୋଗର ଲାଭ ଉଠାଇପାରିବେ।
୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ଜମାକାରୀ ଟଙ୍କା ଫେରି ପାଇବେ। ଏହା ଛଡ଼ା ୮ ହଜାର ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ଗୋଲ୍ଡେନ ଲ୍ୟାଣ୍ଡ ଡେଭଲପର୍ସ କମ୍ପାନୀ ସମୂହର ପ୍ରଥମ ପର୍ଯ୍ୟାୟରେ ଫେରସ୍ତ ପାଇନଥିବା ସମସ୍ତ କ୍ଷୁଦ୍ର ଜମାକାରୀ ଉପକୃତ ହେବେ। ଜମାକାରୀମାନେ ଆବଶ୍ୟକୀୟ କାଗଜପତ୍ର ସହିତ ଆରଆଇଙ୍କ ନିକଟରେ ଆବେଦନ କଲେ ୧୫ ଦିନ ମଧ୍ୟରେ ସେମାନଙ୍କ ଜମା ରାଶି ଫେରି ପାଇବେ। ଏଥିପାଇଁ ଆଧାର କାର୍ଡ, ଭୋଟର କାର୍ଡ, ଡିଏଲ, ପାନ କାର୍ଡ, ମୂଳ ଜମା ରସିଦ, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ଇତ୍ୟାଦି ଦାଖଲ କରିବାକୁ ହେବ।

  • Related Posts

    ସର୍ଭେ ରିପୋର୍ଟ :ତାମିଲନାଡୁରେ ପୁଣି ଥରେ ବାଜି ମାରିବ ଡିଏମ୍‌କେ ମେଣ୍ଟ

    ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଅନୁଷ୍ଠିତ ହେବ ଭୋଟ୍ ଗ୍ରହଣ। ତା’ପୂର୍ବରୁ ଆସିଥିବା ଦୁଇଟି ସର୍ଭେ ରିପୋର୍ଟ କହୁଛି ଯେ ପୁଣି ଥରେ ବାଜି ମାରିବ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମ୍‌କେ ମେଣ୍ଟ। ଲୋକ୍ ପୋଲ୍‌…

    Continue reading
    ଆଜି ଆସାମ ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆସାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସାମର ଜୋରହାଟ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସୋନାରି ଓ ମରିୟାନି ବିଧାନସଭା କ୍ଷେତ୍ରରେ ଦୁଇ ଦିନ ଧରି ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନ ପ୍ରଚାର କରିବେ । ରବିବାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ